Masthead

ପ୍ରଚାର ଆରମ୍ଭ କଲେ ପ୍ରଶାନ୍ତ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ନିର୍ବାଚନମଣ୍ଡଳିର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ତାଙ୍କର ସମର୍ଥକମାନଙ୍କ ସହିତ ଏକ ଶୋଭାଯାତ୍ରାରେ ଯାଇ ମାଆ ଶାରଳାଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ସହିତ ବଉଳ ଗଛରେ ଡୋରି ବାନ୍ଧି ନିର୍ବାଚନମଣ୍ଡଳିରେ ପ୍ରଚାର ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଜଗତସିଂହପୁର ନିର୍ବାଚନମଣ୍ଡଳି ଜନସାଧାରଣମାନଙ୍କର ସେବା କରିବାର ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରଶାନ୍ତ କୁମାର ମୁଦୁଲି ।

ସାଧାରଣ ନିର୍ବାଚନକୁ ଆଉ କମ ଦିନ ଥିବାବେଳେ ପ୍ରଚାର କାର୍ଯ୍ୟକୁ ଜୋରଦାର କରାଯିବ ବୋଲି ସେ କହିବା ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କିପରି ସାଧାରଣ ଜନତାଙ୍କ ନିକଟରେ ପହଞ୍ଚିବ ସେ ସମ୍ପର୍କରେ ଲୋକଙ୍କ ସହିତ ଆଲୋଚନା କରି ବିକାଶ ଧାରାରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ । ପରେ ଜଗତସିଂହପୁର ସ୍ଥିତ ଥାନା ଛକ ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶୋଭାଯାତ୍ରାରେ ବିଜେଡି ପାର୍ଟି ଅଫିସ ପର୍ଯ୍ୟନ୍ତ ଯିବା ପରେ ସେଠାରେ ନିର୍ବାଚନ କାର୍ଯ୍ୟାଳୟ ଉଦଘାଟନ କରିଥିଲେ । ଆଗାମୀ ସାଧାରଣ ନିର୍ବାଚନରେ ଜଗତସିଂହପୁର ନିର୍ବାଚନମଣ୍ଡଳିରେ ବିଜେଡି ବିପୁଳ ବିଜୟ ଲାଭ କରିବ ବୋଲି କହିଛନ୍ତି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର