Masthead

ବାରମ୍ବାର ଲାଇନ କଟୁଛି, ମନ୍ତ୍ରୀ କହୁଛନ୍ତି ପାୱାର କଟ ହେଉନି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବାରମ୍ବାର କଟୁଛି ଲାଇନ, ରାତି ରାତି ଆସୁନି ଲାଇନ ହେଲେ ମନ୍ତ୍ରୀ କହୁଛନ୍ତି ପାୱାର କଟ ହେଉନି । ଓଭର ଲୋଡିଂ ପାଇଁ ପାୱାର ଲାଇନ ଟ୍ରିପ କରିଯାଉଛି । ରାଜ୍ୟରେ ଇଲେକ୍ଟ୍ରିସିଟ ସପ୍ଲାଏ ର କୌଣସି ଅଭାବ ନାହିଁ । ଅନେକ ଜାଗାରେ ଓଭର ଲୋଡିଂ ଦ୍ୱାରା ପାୱାର ଲାଇନ ଟ୍ରିପ ହେଇଯାଉଛି । ବିଶେଷ କରି ଭୁବନେଶ୍ୱର ଅଞ୍ଚଳରେ ଗୋଟେ ଥର ଲାଇନ ଟ୍ରିପ କରିଗଲେ ୬ ରୁ ୭ ଘଣ୍ଟା ଲାଗୁଛି ତାକୁ ଠିକ କରିବା ପାଇଁ । ଗାଁ ଗହଳିରେ ଏହି ସମୟ ଟିକିଏ ଅଧିକ ନେଉଛି।

କେମିତି ନିରବଛିନ୍ନ ବିଜୁଳି ଯୋଗାଇ ଦେଇପାରିବୁ ସେ ଦିଗରେ ଚେଷ୍ଟା କରୁଛୁ । ଯେଉଁଠି ଲାଇନ କଟି ଯାଇଛି, ତାର ଛିଣ୍ଡି ଯାଇଛି କି ଟ୍ରାନ୍ସଫର୍ମର ପୋଡି ଯାଇଛି ଯଦି ସେଠି ଲୋକେ କହିବା ପରେ ବି କେହି ଅଧିକାରୀ ଯାଉ ନାହାନ୍ତି ସେଥିପାଇଁ ଆମେ ଦୁଇ ଦିନ ତଳେ ସବୁ ଅଧିକାରୀଙ୍କୁ ଡାକି ତାଗିଦ କରିଛୁ । ଟେକ୍ନିକାଲ ତ୍ରୁଟି ଯୋଗୁଁ ଲୋ ଭୋଲଟେଜ ରହୁଛି । ଯେଉଁଠି ଲାଇନ ଦୂର ବାଟରେ ଅଛି, ଟ୍ରାନ୍ସମଫର କାପାସିଟ ଓଭର ଲୋଡ ଅଛି ସେଠି ଲୋ ଭୋଲଟେଜ ହେବ । ପିକ ପିରିୟଡ଼ରେ ରାଜ୍ୟରେ ୫ ହଜାର ୬୦୦ ମେଗାୱାଟର ବିଜୁଳିର ଆବଶ୍ୟକତା ରହୁଛି । ଗତ ବର୍ଷ ଏହା ୫ ହଜାର ୫୦୦ ମେଗାୱାଟ ରହିଥିଲା ବୋଲି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି