Masthead

ବିଜେଡି ଛାଡ଼ିଲେ ପ୍ରଭାସ ସିଂହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ । ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ପ୍ରଭାସ । ନବୀନ ନିବାସ ଆସି ଇସ୍ତଫା ପତ୍ର ପ୍ରଦାନ କଲେ ପ୍ରଭାସ ।ଗତ ୨୦୧୪ରୁ ୨୦୧୯ ଯାଏଁ ବରଗଡରୁ ବିଜେଡି ସାଂସଦ ଥିଲେ ପ୍ରଭାସ ସିଂ । ତେବେ ୨୦୧୯ରେ ପ୍ରଭାସଙ୍କ ବଦଳରେ ଦଳ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟିକେଟ ଦେଇଥିଲା । ୨୦୧୯ରେ ପ୍ରଭାସ ସହଯୋଗ କରିଥିଲେ ମଧ୍ୟ ପ୍ରସନ୍ନ ପରାଜିତ ହୋଇଥିଲେ ।

୨୦୨୪ ନିର୍ବାଚନରେ ମଧ୍ୟ ପ୍ରଭାସ ଟିକେଟ ଆଶାୟୀ ଥିଲେ । କିନ୍ତୁ ଦଳ ପ୍ରଭାସଙ୍କ ବଦଳରେ ପରିଣୀତା ମିଶ୍ରଙ୍କୁ ପ୍ରାର୍ଥୀ କରିଥିଲା । ତେଣୁ ପ୍ରଭାସ ଏହି ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ଦଳ ଛାଡିଥିବା କୁହାଯାଉଛି । ଚଳିତଥର ବିଜେଡିରୁ ପରିଣୀତା ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ପ୍ରଦୀପ ପୁରୋହିତ ଓ କଂଗ୍ରେସରୁ ସଞ୍ଜୟ ଭୋଇ ମୈଦାନକୁ ଓହ୍ଲାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ