Masthead

ଭରା ନଦୀରେ ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ

ବାଲିଗୁଡା (ବଡ଼ ଖବର ବ୍ୟୁରୋ):କନ୍ଧମାଳ ଜିଲ୍ଲାରେ ପୁଣି ଜନନୀ ଯନ୍ତ୍ରଣା। ଗାଁ କୁ ପହଞ୍ଚି ପାରିଲା ନାହିଁ ଆମ୍ବୁଲାନ୍ସ ସେବା। ଭରା ନଦୀରେ ବିପଦଶଙ୍କୁଳ ଭାବେ ଜଣେ ଗର୍ଭବତୀ ମହିଳାଙ୍କୁ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ନିକଟରେ ପହଞ୍ଚାଇଛନ୍ତି ସ୍ଥାନୀୟ ଗ୍ରାମବାସୀ । କନ୍ଧମାଳ ଜିଲ୍ଲା କ ନୂଆଗାଁ ବ୍ଲକ ଗୁଞ୍ଜିବାଡ଼ି ପଂଚାୟତର ଗୁଡରୀ ପଡ଼ି ଗାଁକୁ ଆଜି ପର୍ଯ୍ୟନ୍ତ ଖଣ୍ଡିଏ ପକ୍କା ରାସ୍ତା ନିର୍ମାଣ ହୋଇ ନାହିଁ। ସୂ

ଚନା ଅନୁଯାୟୀ ଗୁଡ଼ରୀପଡ଼ି ମୁରଡ଼ି ଗ୍ରାମର ନନ୍ଦିନୀ ପ୍ରଧାନ ନାମକ ଜଣେ ଗର୍ଭବତୀ ମହିଳା ପ୍ରସବ ବେଦନା ହେବାରୁ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ । କିନ୍ତୁ ଗାଁକୁ ଗାଡ଼ି ଯାଇ ପାରିବ ନାହିଁ ବୋଲି ଆମ୍ବୁଲାନ୍ସ ଗାଡ଼ି ଚାଳକ ରୋକ ଠୋକ ମନା କରିଥିଲେ। ଅନ୍ୟ ଉପାୟ କିଛି ନ ପାଇ ଗ୍ରାମବାସୀଙ୍କ ସହାୟତାରେ ଭରା ନଦୀରେ ଆମ୍ବୁଲାନ୍ସର ଷ୍ଟ୍ରେଚରରେ ଭାରା କରି ନନ୍ଦିନୀ ପ୍ରଧାନଙ୍କୁ ଆମ୍ବୁଲାନ୍ସ ନିକଟରେ ପହଞ୍ଚାଇ ଥିଲେ । ବର୍ତ୍ତମାନ ନନ୍ଦିନୀ ପ୍ରଧାନ କ ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି ଓ ସୁସ୍ଥ ଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ