Masthead

ଟିକା ନେଇପାରିବେ ଗର୍ଭବତୀ ମହିଳା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ଗର୍ଭବତୀ ମହିଳାଙ୍କୁ ଟିକା ଦେବା ନେଇ ସ୍ପଷ୍ଟ କରିଛି ଆଇସିଏମଆଇ । ଗର୍ଭବତୀ ମହିଳାଙ୍କୁ କରୋନା ଟିକା ଦେବା ଉଚିତ୍ ବୋଲି କୁହାଯାଇଛି । ଆଇସିଏମଆର୍ ନିର୍ଦ୍ଦେଶକ ବଳରାମ ଭାର୍ଗବ କହିଛନ୍ତି, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ନିର୍ଦ୍ଦେଶ ଅନୁଯାୟୀ ଗର୍ଭବତୀ ମହିଳାଙ୍କୁ କରୋନା ଟିକା ଦିଆଯାଇ ପାରିବ ।

ଏନେଇ ଖୁବଶୀଘ୍ର ସରକାର ନିର୍ଦ୍ଦେଶନାମା ଜାରି କରିବେ । ଆଇସିଏମଆର ପକ୍ଷରୁ ହୋଇଥିବା ସର୍ଭେ ଅନୁସାରେ ଦେଶରେ ଗର୍ଭବତୀ ଓ ପ୍ରସୂତୀମାନେ କରୋନାର ଦ୍ୱିତୀୟ ଲହରରେ ଅତି ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି । ସେହିପରି ୨ ବର୍ଷରୁ ଅଧିକ ଶିଶୁଙ୍କୁ କରୋନା ଟିକା ଦିଆଯାଇ ପାରିବ ନା ନାହିଁ, ସେନେଇ ମଧ୍ୟ ଅଧ୍ୟୟନ ଚାଲିଥିବା ସେ ସୂଚନା ଦେଇଛନ୍ତି । ସେପ୍ଟେମ୍ବର ସୁଦ୍ଧା ଏହାର ଫଳାଫଳ ଆସିପାରେ । ଏପଟେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିଛି, ବୟସ୍କ ଓ ଅଧିକ ସ୍ୱାସ୍ଥ୍ୟ ସଂକଟ ଥିବା ବ୍ୟକ୍ତିଙ୍କ ପାଇଁ ପ୍ରତିବର୍ଷ କରୋନାର ଏକ ବୁଷ୍ଟର ଡୋଜ୍ ଆବଶ୍ୟକ ପଡିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ