Masthead

ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରାକ୍ ପ୍ରସ୍ତୁତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ସାମୁଦ୍ରିକ ଝଡ ୟଶ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଓଡ଼ିଶା ପ୍ରଶାସନ । ଉପକୂଳ ଓଡ଼ିଶାର ଜିଲ୍ଲାପାଳମାନଙ୍କ ସହ ଏସଆରସି ଆଲୋଚନା କରିଛନ୍ତି । ୨୩ତାରିଖରୁ ସମୁଦ୍ରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୟାଶ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭବନା ଥିବାରୁ ଜିଲାପାଳମାନଭ୍କୁ ସତର୍କ କରାଇଦିଆଯାଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୨୨ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ଧୀରେ ଧୀରେ ଘନୀଭୂତ ହୋଇ ୨୪ରେ ସାମୁଦ୍ରିକ ଘୂର୍ଣ୍ଣିଝଡରେ ପରିଣତ ହେବ ।

ଏହି ସାମୁଦ୍ରିକ ଘୂର୍ଣ୍ଣିଝଡ ଉତ୍ତର- ପଶ୍ଚିମ ଦିଗରେ ଗତି କରି ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳ ଆଡକୁ ମାଡ଼ିଆସିବ । ୨୬ତାରିଖ ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ କହିଛି । ବାତ୍ୟା ପ୍ରଭାବରେ ୨୩ ତାରିଖରେ ଆଣ୍ଡାମାନ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାରରେ ଘଣ୍ଟାକୁ ୪୫ରୁ ୫୫ କିମି ବେଗରେ ପବନ ବହିବ । ବେଳେ ବେଳେ ପବନର ବେଗ ଘଣ୍ଟା ପ୍ରତି ୭୫କିମିରୁ ୧୦୦ ପର୍ଯ୍ୟନ୍ତ ହୋଇପାରେ । ୨୪ରୁ କେନ୍ଦ୍ରୀୟ ବଙ୍ଗେପସାଗରର ଅଧିକାଂଶ ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୮୫ କିମି ହୋଇପାରେ । ୨୫ ତାରିଖରେ ପବନର ବେଗ ଆହୁରି ଅଧିକ ହୋଇପାରେ । ୨୫ତାରିଖ ରାତିରୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ପ୍ରଭୃତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୨୬ତାରିଖରେ ୟାଶ ସ୍ଥଳଭାଗ ଛୁଇଁବ । ତେବେ କେଉଁଠାରେ ୟାଶ ହିଟ୍ କରିବ ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ