Masthead

ବନ୍ୟା ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ) ଦୁଇ ଦିନ ହେଲା ସାରା ରାଜ୍ୟରେ ବର୍ଷାର କରାଳ ରୂପ ଜାରି ରହିଛି। ଏଥିରେ ପଶ୍ଚିମ ଓଡ଼ିଶାର ଝାରସୁଗୁଡ଼ା ଜିଲ୍ଲା ମଧ୍ୟ ବାଦ ପଡ଼ିନାହିଁ। ଝାରସୁଗୁଡ଼ା ଜିଲ୍ଲାରେ ମଧ୍ୟ ଦୁଇ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ତେବେ ପାଣିପାଗ ବିଭାଗର ଆକଳନ ଅନୁସାରେ ଆଜି ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବାବେଳେ ଝାରସୁଗୁଡ଼ା ଜିଲ୍ଲାରେ ଏହାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି।

ଝାରସୁଗୁଡ଼ା ଜିଲ୍ଲାରେ ବନ୍ୟା ବା ନଈବଢି ଭଳି ପରିସ୍ଥିତି ଉପୁଜିଥିବା କହିଛନ୍ତି ଜିଲ୍ଲାପାଳ। ଯଦି ଏଭଳି ପରିସ୍ଥିତି ସୃଷ୍ଟି ହୁଏ ତେବେ ଜିଲ୍ଲାର ସମସ୍ତ ଅଧିକାରୀମାନେ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି। ଝାରସୁଗୁଡ଼ା ଜିଲ୍ଲାରେ ସେଭଳି ପ୍ରଭାବିତ ହେବା ଭଳି ତଳିଆ ଅଞ୍ଚଳ ନଥିବା କହିଛନ୍ତି ଝାରସୁଗୁଡ଼ା ଜିଲ୍ଲାପାଳ ସରୋଜ କୁମାର ସାମଲ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ