Masthead

ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବାତ୍ୟା ପ୍ରସ୍ତୁତି

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାଶ’କୁ ନେଇ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି । । ଏନେଇ ବିଡ଼ିଓ ରଶ୍ମିରେଖା ମଲ୍ଲିକ ସୁଚନା ଦେଇଛନ୍ତି । ତେବେ ସାଧାରଣ ଲୋକଙ୍କ ମନରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଥିଲା ବେଳେ ବ୍ଲକ ପ୍ରଶାସନ କୋଭିଡ୍ ନିୟମ ଅନୁଯାୟୀ ସତର୍କ ରହିବାକୁ ଅନୁରୋଧ କରିଛନ୍ତି । ଏହାଛଡା ବ୍ଲକ ସମସ୍ତ କର୍ମଚାରୀ ଓ ସମସ୍ତ ପଞ୍ଚାୟତର ସରପଞ୍ଚ ମାନଙ୍କୁ ନେଇ ବୈଠକ କରାଯାଇ ବିଭିନ୍ନ କାର୍ୟ୍ୟ ପାଇଁ ଆଲୋଚନା କରାଯାଇଛି ।

ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ କରିବା ସହ ବିଦ୍ୟାଳୟକୁ ନୋଡାଲ କେନ୍ଦ୍ର ଭାବେ ଚିହ୍ନଟ କରାଯାଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି । ବାତ୍ୟାରେ ପ୍ରଭାବିତ ସ୍ଥାନାନ୍ତରିତ କରିବା ସହ ଉଦ୍ଧାର କାର୍ୟ୍ୟ ଓ ରିଲିଫ ପ୍ରଦାନ ପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଁଚିଛି । ଏହାଛଡ଼ା ପାନୀୟଜଳ, ଆଲୋକ, ପରିମଳ ଓ ସ୍ୱାସ୍ଥ୍ୟସେବା ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଏପଟେ ନାଉଗାଁରେ ମଧ୍ୟ ୟାଶର ପ୍ରଭାବ ଆରମ୍ଭ ହୋଇଗଲାଣି ବର୍ଷା ସହ ଧିରେ ଧିରେ ପବନ ବହିବା ମଧ୍ୟ ଲାଗି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ