Masthead

ଶ୍ରୀମନ୍ଦିରରେ ରାଷ୍ଟ୍ରପତି

ପୁରୀ (ବଡ଼ ଖବର ବ୍ୟୁରୋ): ଜଗା ଦର୍ଶନ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ଧର୍ମପତ୍ନୀ । ସକାଳ ୮.୪୫ରେ ଭୁବନେଶ୍ୱର ବିମାନବନ୍ଦରରୁ ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀ ଏୟାରଷ୍ଟ୍ରିପରେ ଅବତରଣ କରିଥିଲେ ରାଷ୍ଟ୍ରପତି ଦମ୍ପତି । ଅବତରଣ କରିବା ମାତ୍ରେ ପୁରୀ ଜିଲ୍ଲାବାସୀଙ୍କ ପକ୍ଷରୁ ଜିଲ୍ଲାପାଳ, ଏସପି, ଶ୍ରରମନ୍ଦିର ମୁଖ୍ୟ ପ୍ରଶାସକ ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ । କାରକେଡରେ କଡା ସୁରକ୍ଷା ଭିତରେ ଭିଆଇପି ରୋଡ ଓ ବଡଦାଣ୍ଡ ଦେଇ ଶ୍ରୀମନ୍ଦିରକୁ ଯାଇଛନ୍ତି ରାଷ୍ଟ୍ରପତି ।

୯ଟା ୫ରୁ ୯ଟା ୪୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ରହିବେ ରାଷ୍ଟ୍ରପତି ଦମ୍ପତି । ରାଷ୍ଟ୍ରପତି ଶ୍ରୀମନ୍ଦିର ପ୍ରବେଶର ପ୍ରାୟ ୩୦ମିନିଟ ପୂର୍ବରୁ ଶ୍ରୀମନ୍ଦିର ଭିତରକୁ ଅନ୍ୟ କୌଣସି ଭକ୍ତଙ୍କୁ ପ୍ରବେଶ ପାଇଁ ଅନୁମତି ଦିଆଯାଇ ନାହିଁ । ଏହି ସମୟରେ କେବଳ ପାଳିଆ ସେବକ, ମନ୍ଦିର କର୍ମଚାରୀ ଓ ସୁରକ୍ଷା କର୍ମିଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହଛନ୍ତି ।

ଶ୍ରୀଜିଉଙ୍କ ଦର୍ଶନ ପରେ କୋଣାର୍କ ଗସ୍ତ କରିବେ ରାଷ୍ଟ୍ରପତି । ୧୦.୪୫ରୁ ୧୧.୧୫ ଭିତରେ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବେ । ଏହାପରେ ୧୧.୨୦ରେ କୋଣାର୍କ ଇଂଟରପ୍ରିଟେସନ ସେଂଟର ବୁଲିବେ । ୧୧ଟା ୩୦ରୁ ୧୨ଟା ପର୍ଯ୍ୟନ୍ତ ଇଣ୍ଡିଆନ ଅଏଲ ଇଂଟରପ୍ରିଟେସନ ସେଂଟର ବୁଲିବାର କାର୍ଯ୍ୟକ୍ରମ ରହିଛି । ପରେ ରାଷ୍ଟ୍ରପତି ଓଟିଡିସି ଯାତ୍ରୀ ନିବାସରେ ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍ନ ୪ଟା ୪୫ରେ ଭୁବନେଶ୍ୱର ଫେରି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ରାଷ୍ଟ୍ରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା