Masthead

ପାରାଦୀପ ବୋଇତ ବନ୍ଦାଣ ଉତ୍ସବର ଉଦଘାଟନ କରିବେ ମହାମହିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପାରାଦୀପ ଯିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବୋଇତ ବନ୍ଦାଣ ଉତ୍ସବର ଉଦଘାଟନ କରିବେ ମହାମହିମ । ଆଉ କିଛି ସମୟ ପରେ ତାଙ୍କ କାରକେଡ ରାଜଭବନରୁ ବାହାରି ଭୁବନେଶ୍ୱର ବିମାନ ବନ୍ଦର ଯିବ । ସେଠାରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପାରାଦୀପ ଯିବେ । ଏଥିପାଇଁ ମୋଟ ୩ଟି ହେଲିକ୍ୟାପ୍ଟର ବ୍ୟବସ୍ଥା କରାଯାଇଛି । ପ୍ରାୟ ୯ ଟା ବେଳେ ରାଷ୍ଟ୍ରପତି ପାରାଦୀପରେ ପହଂଚିବାର କାର୍ୟ୍ୟକ୍ରମ ରହିଛି । ତେବେ ପାରାଦୀପର ନେହେରୁ ବଙ୍ଗଳାରେ ରାଷ୍ଟ୍ରପତି ମଧ୍ୟାନଭୋଜନ କରିବାର କାର୍ୟ୍ୟକ୍ରମ ରହିଛି ।

ପାରାଦୀପରୁ ଅପରାହ୍ଣରେ ଭୁବନେଶ୍ୱର ଆସି ଦିଲ୍ଲୀ ଫେରିଯିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଗସ୍ତକୁ ନେଇ ସଜେଇ ହୋଇଛି ବନ୍ଦର ନଗରୀ । ରାସ୍ତା ଘାଟ ପୁରା ଚକଚକ୍ କରାଯାଇଛି । କାନ୍ଥବାଡରେ ରଙ୍ଗବେରଙ୍ଗର ଚିତ୍ର ଅଙ୍କା ଯାଇଥିବା ଦେଖିବାକୁ ମିଳିଛି । ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ସାଧାରଣ ଜନତାଙ୍କ ଠାରୁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଗସ୍ତକୁ ନଜରରେ ରଖି ପାରାଦୀପରେ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ