Masthead

ସୁଖୋଇ-୩୦ରେ ଉଡ଼ିଲେ ସେନାର ସୁପ୍ରିମ କମାଣ୍ଡର

ଆସାମ(ବଡ଼ ଖବର ବ୍ୟୁରୋ): ସୁଖୋଇ-୩୦ରେ ଉଡ଼ିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସାମ ତେଜପୁର ବାୟୁସେନା ଷ୍ଟେସନରୁ ଯୁଦ୍ଧ ବିମାନ ସୁଖୋଇ-୩୦ ଏମକେଆଇ ବିମାନରେ ବସି ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ତେଜପୁର ବାୟୁସେନା ଷ୍ଟେସନରେ ପହଞ୍ଚିବା ପରେ ବାୟୁସେନା ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ବାୟୁସେନା ପୋଷାକରେ କୋ-ପାଇଲଟ ସିଟରେ ବସି ଉଡ଼ିଛନ୍ତି । ରାଷ୍ଟ୍ରପତି ହେଉଛନ୍ତି ଦେଶର ତିନି ସେନାର ସୁପ୍ରିମ କମାଣ୍ଡର । ତାଙ୍କୁ ଦେଶର ସାମରିକ ଶକ୍ତି, ଅସ୍ତ୍ରଶସ୍ତ୍ର ଓ ରଣନୀତି ସଂପର୍କରେ ଅବଗତ କରାଯାଇଥାଏ । ଏହା ଆଗରୁ ରାଷ୍ଟ୍ରପତି ଥିବା ବେଳେ ରାମନାଥ କୋବିନ୍ଦ, ପ୍ରତିଭା ପାଟିଲ ଓ ଏପିଜେ ଅବଦୁଲ କଲାମ ମଧ୍ୟ ଯୁଦ୍ଧ ବିମାନରେ ଉଡ଼ିଥିଲେ ।

ଏହି ପୂର୍ବତନ ରାଷ୍ଟ୍ରପତିମାନେ ପୁଣେ ଏୟାର ବେସରୁ ଉଡ଼ାଣ କରିଥିବା ବେଳେ ଦ୍ରୌପଦୀ ର୍ମୁର୍ମୁ ଦେଶର ପୂର୍ବ ଭାଗରେ ଥିବା ଆସାମର ତେଜପୁର ଏୟାର ଷ୍ଟେସନରୁ ଯୁଦ୍ଧ ବିମାନରେ ବସିବେ। ସୁଖୋଇ-୩୦ ହେଉଛି ଭାରତୀୟ ବାୟୁସେନାର ବିଶିଷ୍ଟ ଯୁଦ୍ଧ ବିମାନ । ଏହା ଘଣ୍ଟାକୁ ୨ ହଜାର କିଲୋମିଟରରୁ ଅଧିକ ବେଗରେ ଗତି କରିପାରେ । ଏହାର କମ୍ବାଟ ରେଞ୍ଜ ହେଉଛି ୩ ହଜାର କିଲୋମିଟର । ଏଥିରେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ମଧ୍ୟ ରହିଛି । ବ୍ରହ୍ମୋସ୍ ପରି ସୁପର ସୋନିକ କ୍ଷେପଣାସ୍ତ୍ର ମଧ୍ୟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ