ସୁଖୋଇ-୩୦ରେ ଉଡ଼ିଲେ ସେନାର ସୁପ୍ରିମ କମାଣ୍ଡର

ଆସାମ(ବଡ଼ ଖବର ବ୍ୟୁରୋ): ସୁଖୋଇ-୩୦ରେ ଉଡ଼ିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସାମ ତେଜପୁର ବାୟୁସେନା ଷ୍ଟେସନରୁ ଯୁଦ୍ଧ ବିମାନ ସୁଖୋଇ-୩୦ ଏମକେଆଇ ବିମାନରେ ବସି ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ତେଜପୁର ବାୟୁସେନା ଷ୍ଟେସନରେ ପହଞ୍ଚିବା ପରେ ବାୟୁସେନା ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ବାୟୁସେନା ପୋଷାକରେ କୋ-ପାଇଲଟ ସିଟରେ ବସି ଉଡ଼ିଛନ୍ତି । ରାଷ୍ଟ୍ରପତି ହେଉଛନ୍ତି ଦେଶର ତିନି ସେନାର ସୁପ୍ରିମ କମାଣ୍ଡର । ତାଙ୍କୁ ଦେଶର ସାମରିକ ଶକ୍ତି, ଅସ୍ତ୍ରଶସ୍ତ୍ର ଓ ରଣନୀତି ସଂପର୍କରେ ଅବଗତ କରାଯାଇଥାଏ । ଏହା ଆଗରୁ ରାଷ୍ଟ୍ରପତି ଥିବା ବେଳେ ରାମନାଥ କୋବିନ୍ଦ, ପ୍ରତିଭା ପାଟିଲ ଓ ଏପିଜେ ଅବଦୁଲ କଲାମ ମଧ୍ୟ ଯୁଦ୍ଧ ବିମାନରେ ଉଡ଼ିଥିଲେ ।

ଏହି ପୂର୍ବତନ ରାଷ୍ଟ୍ରପତିମାନେ ପୁଣେ ଏୟାର ବେସରୁ ଉଡ଼ାଣ କରିଥିବା ବେଳେ ଦ୍ରୌପଦୀ ର୍ମୁର୍ମୁ ଦେଶର ପୂର୍ବ ଭାଗରେ ଥିବା ଆସାମର ତେଜପୁର ଏୟାର ଷ୍ଟେସନରୁ ଯୁଦ୍ଧ ବିମାନରେ ବସିବେ। ସୁଖୋଇ-୩୦ ହେଉଛି ଭାରତୀୟ ବାୟୁସେନାର ବିଶିଷ୍ଟ ଯୁଦ୍ଧ ବିମାନ । ଏହା ଘଣ୍ଟାକୁ ୨ ହଜାର କିଲୋମିଟରରୁ ଅଧିକ ବେଗରେ ଗତି କରିପାରେ । ଏହାର କମ୍ବାଟ ରେଞ୍ଜ ହେଉଛି ୩ ହଜାର କିଲୋମିଟର । ଏଥିରେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ମଧ୍ୟ ରହିଛି । ବ୍ରହ୍ମୋସ୍ ପରି ସୁପର ସୋନିକ କ୍ଷେପଣାସ୍ତ୍ର ମଧ୍ୟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା