ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ । ପ୍ରଥମଥର ପାଇଁ ବିଧାନସଭାରେ ଉଦ୍ବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୂର୍ବରୁ କୌଣସି ରାଷ୍ଟ୍ରପତି ବିଧାନସଭାରେ ଉଦ୍ବୋଧନ ଦେଇନଥିଲେ। ତେଣୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଶୁଣିବା ପାଇଁ ସମସ୍ତ ବିଧାୟକଙ୍କ ବ୍ୟତୀତ ପୂର୍ବତନ ବିଧାୟକ, ସରକାରଙ୍କର ବରିଷ୍ଠ ପଦାଧିକାରୀ ଏବଂ କେତେକ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ବତନ୍ତ୍ର ନିମନ୍ତ୍ରଣ କରାଯାଇଛି ।
ଆଜି ଅପରାହ୍ଣ ୨ଟାରେ ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବେ। ଅପରାହ୍ଣ ୪ଟାରେ ରାଜଭବନ ପରିସରରେ ନୂଆ କଳିଙ୍ଗ ଅତିଥି ନିବାସକୁ ଲୋକାର୍ପଣ କରିବେ ରାଷ୍ଟ୍ରପତି । ଅପରାହ୍ଣ ୪ଟା ୨୦ରେ ବିଧାନସଭାରେ ପହଞ୍ଚିବେ ଏବଂ ଅପରାହ୍ଣ ୪ଟା ୩୦ରୁ ୫ଟା ୩୦ ପର୍ୟ୍ୟନ୍ତ ବିଧାନସଭାକୁ ସମ୍ବୋଧିତ କରିବେ । ବିଧାନସଭାରେ ଅଭିଭାଷଣ ରଖିବା ପରେ ୧୧ ନମ୍ବର ରୁମକୁ ଆସି ସମୟ ବିତାଇବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ପରିବହନ ମନ୍ତ୍ରୀ ଥିବା ବେଳେ ୧୧ ନଂ ଚାମ୍ବର ଥିଲା ତାଙ୍କ କାର୍ଯ୍ୟାଳୟ। ତେଣୁ ବିଧାନସଭାରୁ ସ୍ମୃତି ସାଉଁଟିବା ବେଳେ ଏହି ଚାମ୍ବରରେ କିଛି ସମୟ ବିତାଇବେ ରାଷ୍ଟ୍ରପତି।
ସେଥିପାଇଁ ବିଧାନସଭା ସମେତ ଚାମ୍ବରକୁ ବି ସଜାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଟ୍ରାଫିକ୍ କଟକଣା ଜାରି ହୋଇଥିବା ବେଳେ ସୁରକ୍ଷା ବି କଡ଼ାକଡ଼ି କରାଯାଇଛି। ଆଜି ଅପରାହ୍ଣ ୨ଟାରେ ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବେ। ଅପରାହ୍ଣ ୪ଟାରେ ରାଜଭବନ ପରିସରରେ ନୂଆ କଳିଙ୍ଗ ଅତିଥି ନିବାସକୁ ଲୋକାର୍ପଣ କରିବେ ରାଷ୍ଟ୍ରପତି। ଅପରାହ୍ଣ ୪ଟା ୨୦ରେ ବିଧାନସଭାରେ ପହଞ୍ଚିବେ ଏବଂ ଅପରାହ୍ଣ ୪ଟା ୩୦ରୁ ୫ଟା ୩୦ ପର୍ଯ୍ୟନ୍ତ ବିଧାନସଭାକୁ ସମ୍ବୋଧିତ କରିବେ।
