Masthead

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତେବେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଜୁଲାଇ ୨୫ରୁ ଜୁଲାଇ ୨୭ ଯାଏଁ ଓଡ଼ିଶାରେ ରହିବେ ରାଷ୍ଟ୍ରପତି । ଏହି ସମୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । କାର୍ଯ୍ୟକ୍ରମରେ ଯୋଗ ଦେଇ ଭୁବନେଶ୍ବର ଫେରିଯିବେ ତେବେ ଏହାପୂର୍ବରୁ ବ୍ଲୁ ବୁକ୍ ଆଧାରରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ଏହାସହ ୩ଟି କ୍ୱିକ୍ ରେସପନ୍ସ ଟିମ୍, ୨ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ରହିବେ । ସେହିଭଳି ୧୨ ଆଡିସିନାଲ ଡିସିପି, ୨୫ ଜଣ ଏସପି, ୪୦ ଜଣ ଇନସପେକ୍ଟର, ୧୨୦ ଜଣ ଏସଆଇ ଓ ଏଏସଆଇ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ନିୟୋଜିତ ରହିବେ । ସେହିଭଳି ୧୬୦ ଟ୍ରାଫିକ କର୍ମଚାରୀ ଓ ୧୫୦ ହୋମଗାର୍ଡ, ଅଗ୍ନିଶମ ବିଭାଗର ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨