Masthead

ଦିନିକିଆ ପଞ୍ଜାବ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନିକିଆ ପଞ୍ଜାବ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସକାଳ ୧୧ଟାରେ ଅମୃତସର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ମୁଖ୍ୟମନ୍ତ୍ରୀ ଭଗବତ୍ ମାନ ମହାମହିମଙ୍କୁ ବିମାନ ବନ୍ଦରରୁ ସ୍ୱାଗତ କରିବେ । ଦ୍ରୌପଦୀ ମୁର୍ମୁ ସ୍ୱର୍ଣ୍ଣ ମନ୍ଦିର, ଜଲିଆନୱାଲାବାଗ, ଦୁର୍ଗିଆନା ମନ୍ଦିର ଏବଂ ପ୍ରଭୁ ବାଲ୍ମିକି ରାମ ତୀର୍ଥ ପରିଦର୍ଶନକରିବା ନେଇ କାର୍ଯ୍ୟକ୍ରମ ରହିଛି । ସରକାରୀ ବିବୃତ୍ତି ଅନୁଯାୟୀ, ରାଷ୍ଟ୍ରପତି ମୁର୍ମୁଙ୍କୁ ସକାଳ ପ୍ରାୟ ୧୧ ଟା ସମୟରେ ଅମୃତସର ବିମାନ ବନ୍ଦରରେ ପହଞ୍ଚିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଟ୍ରାଫିକ ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି । ଶ୍ରୀ ଗୁରୁ ରାମ ଦାସ ଅନ୍ତର୍ଜାତୀୟ ବିମାନବନ୍ଦରରୁ ସ୍ୱର୍ଣ୍ଣ ମନ୍ଦିର ପର୍ୟ୍ୟନ୍ତ ରାସ୍ତାକୁ ଅପରାହ୍ନ ୧୨ ରୁ ୧ ଟା ପର୍ଯ୍ୟନ୍ତ ବନ୍ଦ କରାଯାଇଛି । ସୂଚନା ଅନୁସାରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବତ୍ ମାନ୍ ରାଷ୍ଟ୍ରପତିଙ୍କୁ ପଞ୍ଜାବ ପରିଦର୍ଶନ କରିବାକୁ ଆମନ୍ତ୍ରଣ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ