Masthead

ଦୁଇ ଦିନିଆ ତାମିଲନାଡୁ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଦୁଇ ଦିନିଆ ତାମିଲନାଡୁ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ତାମିଲନାଡୁ ଅଭିମୁଖେ ବାହାରିବା ପରେ ମଧ୍ୟାହ୍ନ ୧୨ ଟାରେ ମଦୁରାଇରେ ପହଞ୍ଚିବେ । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି । କୋଏମ୍ବାଟୁର ଇଶା ଫାଉଣ୍ଡେସନ ଦ୍ୱାରା ଆୟୋଜିତ ମହାଶିବରାତ୍ରୀରେ ସାମିଲ ହେବେ । ଆସନ୍ତାକାଲି ୱେଲିଙ୍ଗଟନର ଡିଫେନ୍ସ ସର୍ଭିସେସ ଷ୍ଟାଫ କଲେଜ ପରିବର୍ଶନ କରିବେ ରାଷ୍ଟ୍ରପତି । ଏହା ସହ ୭୮ ତମ ଷ୍ଟାଫ ପାଠ୍ୟକ୍ରମରେ ସାମିଲ ହୋଇ ସଦସ୍ୟଙ୍କୁ ସମ୍ବୋଧିତ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ତାମିଲନାଡୁରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ତେବେ ମଦୁରାଇରେ ରାଷ୍ଟ୍ରପତି ମିନାକ୍ଷୀ ମନ୍ଦିର ପରିଦର୍ଶନ କରିବେ । ଦର୍ଶନ ପୂର୍ବରୁ ଗତକାଲି ଏକ ସୁରକ୍ଷା ଦଳ ମଦୁରାଇରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ