Masthead

ଆଜି ଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା(ବଡ଼ ଖବର ବ୍ୟୁରୋ): ଆଜି ଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଦ୍ୱିତୀୟ ଥର ପାଇଁ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସମସ୍ତ ବ୍ୟବସ୍ଥା ସରିଛି । ବାରିପଦାରେ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଉଦବୋଧନ ଦେବା ସହ ରାଇରଙ୍ଗପୁରରୁ ୩ଟି ନୂଆ ଟ୍ରେନର ସେ ଲୋକାର୍ପଣ କରିବା କାର୍ୟ୍ୟକ୍ରମ ରହିଛି। ମାଟିର ଝିଅକୁ ସ୍ୱାଗତ କରିବା ପାଇଁ ସାଧବ ବୋହୁ ପରି ସଜେଇ ହୋଇଛି ବାରିପଦା ଓ ରାଇରଙ୍ଗପୁର।

ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମ ରହିଛି । ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜ ସଦର ମହକୁମା ବାରିପଦାଠାରେ ପହଞ୍ଚିବେ ମହାମହିମ । ଏହା ପରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ ଉଦଘାଟନ କରିବେ । ପରେ ମୟୂରଭଞ୍ଜ ଜିଲ୍ଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଲୋକାର୍ପଣ କରିବେ ରାଷ୍ଟ୍ରପତି । ସୂଚନା ମୁତାବକ ପୂର୍ବାହ୍ନ ୧୧ଟା ୨୫ ମିନିଟରେ ବାରିପଦାର ସହିଦସ୍ମୃତି ଭବନରେ ପହଞ୍ଚି ସାନ୍ତାଳୀ ଲେଖକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଏହାପରେ ଅପରାହ୍ନ ୨ଟା ୩୫ ମିନିଟରେ କୁଳିଅଣା ପାଣିଜିଆରେ ପହଞ୍ଚିବେ । ସେଠାରେ ନବନର୍ମିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଲୋକାର୍ପଣ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା