Masthead

ଆଜି ଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା(ବଡ଼ ଖବର ବ୍ୟୁରୋ): ଆଜି ଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଦ୍ୱିତୀୟ ଥର ପାଇଁ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସମସ୍ତ ବ୍ୟବସ୍ଥା ସରିଛି । ବାରିପଦାରେ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଉଦବୋଧନ ଦେବା ସହ ରାଇରଙ୍ଗପୁରରୁ ୩ଟି ନୂଆ ଟ୍ରେନର ସେ ଲୋକାର୍ପଣ କରିବା କାର୍ୟ୍ୟକ୍ରମ ରହିଛି। ମାଟିର ଝିଅକୁ ସ୍ୱାଗତ କରିବା ପାଇଁ ସାଧବ ବୋହୁ ପରି ସଜେଇ ହୋଇଛି ବାରିପଦା ଓ ରାଇରଙ୍ଗପୁର।

ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମ ରହିଛି । ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜ ସଦର ମହକୁମା ବାରିପଦାଠାରେ ପହଞ୍ଚିବେ ମହାମହିମ । ଏହା ପରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ ଉଦଘାଟନ କରିବେ । ପରେ ମୟୂରଭଞ୍ଜ ଜିଲ୍ଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଲୋକାର୍ପଣ କରିବେ ରାଷ୍ଟ୍ରପତି । ସୂଚନା ମୁତାବକ ପୂର୍ବାହ୍ନ ୧୧ଟା ୨୫ ମିନିଟରେ ବାରିପଦାର ସହିଦସ୍ମୃତି ଭବନରେ ପହଞ୍ଚି ସାନ୍ତାଳୀ ଲେଖକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଏହାପରେ ଅପରାହ୍ନ ୨ଟା ୩୫ ମିନିଟରେ କୁଳିଅଣା ପାଣିଜିଆରେ ପହଞ୍ଚିବେ । ସେଠାରେ ନବନର୍ମିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଲୋକାର୍ପଣ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ