Masthead

ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଜୁଲାଇ ୭ରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ବୁଧବାର ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ । ପୁରୀ ଟାଉନ୍ ହଲ୍ ଠାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ ।

ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର କାର୍ଯ୍ୟ ଉପରେ ତଦାରଖ କରାଯିବ । ଜୁଲାଇ ୭ରେ ମହାପ୍ରଭୁଙ୍କ ରଥଯାତ୍ରା ପଡୁଥିବାରୁ ଚଳିତ ବର୍ଷ ରଥଯାତ୍ରା ଦିନ ନବଯୌବନ ଓ ନେତ୍ରୋତ୍ସବ ପଡୁଛି । ତେଣୁ ନୀତିକାନ୍ତିକୁ ତ୍ବରାନ୍ବିତ କରିବା ଆବଶ୍ୟକ ଥିବାରୁ ଭକ୍ତମାନେ ଏବର୍ଷ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ବଞ୍ଚିତ ରହିବେ ।

ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବେଶ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା କରାଯିବ । ବୈଠକରେ ଅନ୍ୟାନ୍ୟ ମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀ, ବିଧାୟକ, ଜିଲ୍ଲାପାଳ, ଏସ୍ପି, ସେବାୟତ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର