ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଜୁଲାଇ ୭ରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ବୁଧବାର ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ । ପୁରୀ ଟାଉନ୍ ହଲ୍ ଠାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ ।

ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର କାର୍ଯ୍ୟ ଉପରେ ତଦାରଖ କରାଯିବ । ଜୁଲାଇ ୭ରେ ମହାପ୍ରଭୁଙ୍କ ରଥଯାତ୍ରା ପଡୁଥିବାରୁ ଚଳିତ ବର୍ଷ ରଥଯାତ୍ରା ଦିନ ନବଯୌବନ ଓ ନେତ୍ରୋତ୍ସବ ପଡୁଛି । ତେଣୁ ନୀତିକାନ୍ତିକୁ ତ୍ବରାନ୍ବିତ କରିବା ଆବଶ୍ୟକ ଥିବାରୁ ଭକ୍ତମାନେ ଏବର୍ଷ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ବଞ୍ଚିତ ରହିବେ ।

ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବେଶ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା କରାଯିବ । ବୈଠକରେ ଅନ୍ୟାନ୍ୟ ମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀ, ବିଧାୟକ, ଜିଲ୍ଲାପାଳ, ଏସ୍ପି, ସେବାୟତ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ