Masthead

ଆଜି ରାଷ୍ଟ୍ରପତିଙ୍କ ପାହାଡପୁର ଗସ୍ତ, ୩ଟି ଟ୍ରେନର ଶୁଭାରମ୍ଭ ସହ ଟ୍ରେନରେ କରିବେ ଯାତ୍ରା

ବାରିପଦା(ବଡ଼ ଖବର ବ୍ୟୁରୋ): ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପରିବାର ଲୋକଙ୍କ ସହ ରାଇରଙ୍ଗପୁରରେ ରାତ୍ରିଯାପନ କରିଛନ୍ତି । ଆଜି ପାହାଡପୁର ଓ ରାଇରଙ୍ଗପୁରରେ ରାଷ୍ଟ୍ରପତିଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । କୁସୁମୀ ବ୍ଲକ ଅନ୍ତର୍ଗତ ପାହାଡ଼ପୁର ଗସ୍ତ କରି ଏସ୍‌.ଏଲ୍‌.ଏସ୍‌. ଆବାସିକ ଶିକ୍ଷାନୁଷ୍ଠାନ କାର୍ଯ୍ୟକ୍ରମ ଏବଂ ଏଲ୍‌ଆଣ୍ଡ୍‌ଟି କମ୍ପାନୀ ଦ୍ୱାରା ନବନିର୍ମିତ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ କରିବେ ରାଷ୍ଟ୍ରପତି। ଏଥିସହ ବାଦାମପାହାଡ଼ ରେଳ ଷ୍ଟେଶନରେ ନୂତନ ବାଦାମ ପାହାଡ଼- ସାଲିମାର, ବାଦାମ ପାହାଡ଼- ରାଉରକେଲା ଦ୍ରୁତଗାମୀ ଟ୍ରେନ ଏବଂ ବାଦାମ ପାହାଡ଼- ଟାଟାନଗର ମେମୋ ଟ୍ରେନ ସମେତ ୩ଟି ଟ୍ରେନ ଚଳାଚଳର ଶୁଭ ଉଦ୍‌ଘାଟନ କରିବେ ।

ପରେ ରାଇରଙ୍ଗପୁର ନୂଆ ପୋଷ୍ଟାଲ ଡିଭିଜନର ଶୁଭାରମ୍ଭ କରିବେ । ଏଥି ସହ ଡାକ ବିଭାଗ ଦ୍ୱାରା ସ୍ୱତନ୍ତ୍ର କଭର ଉନ୍ମୋଚନ କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପରେ ବାଦାମପାହାଡ଼ରୁ ରାଇରଙ୍ଗପୁର ରେଳ ଷ୍ଟେସନକୁ ଟ୍ରେନ ଯୋଗେ ଯାତ୍ରା କରି ସେଠାରୁ ହେଲିକପ୍ଟର ଯୋଗେ ସମ୍ୱଲପୁର ଅଭିମୁଖେ ଯାତ୍ରା କରିବେ। ସନ୍ଧ୍ୟା ୫ଟା ୪୫ରେ ସେ ମା’ ସମଲେଶ୍ବରୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ। କାଲି ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ। ଏହାପରେ ସେଠାରୁ ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ତ୍ତି ଗସ୍ତ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ