Masthead

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବେ। ସୋମବାର ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ। ଏହାପରେ ସେ ରାଜଭବନରେ ରାତ୍ରିଯାପନ କରିବେ। ୧୫ ତାରିଖ ପୂର୍ବାହ୍ନରେ ସେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

ଏହାପରେ ସେ କଟକର ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଅପରାହ୍ନରେ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନ ଯାଇ ଆଦିକବି ସାରଳା ଦାସଙ୍କ ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ହେବାକୁ ଥିବା ସାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହିତ କଳିଙ୍ଗ ପୁରସ୍କାର ୨୦୨୪ ପ୍ରଦାନ କରିବେ। ମଙ୍ଗଳବାର ସାରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହିତ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଯୋଗଦେବେ ।

ମହାମହିମଙ୍କ ଗସ୍ତକୁ ନେଇ ଟ୍ବିନ ସିଟିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି କମିସନରେଟ ପୁଲିସ୍ । ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ଏୟାରପୋର୍ଟରୁ ଜୟଦେବ ବିହାର ଦେଇ ଏମ୍ସ ଯିବା ରାସ୍ତା ବନ୍ଦ ରହିବ । ସନ୍ଧ୍ୟା ୫ଟା ୧୦ରୁ ୫ଟା ୫୦ ମିନିଟ ଭିତରେ ବନ୍ଦ ରହିବ ରାସ୍ତା । ଏୟାରପୋର୍ଟ ଛକ, କ୍ୟାପିଟାଲ୍ ହସ୍ପିଟାଲ, ଏଜି ଛକ ରାସ୍ତା ବନ୍ଦ ରହିବ । ରାଜଭବନ ଛକ, ପାୱାର ହାସ୍ ଛକ ଦେଇ ବନ୍ଦ ରହିବ ଗାଡ଼ି ଚଳାଚଳ । ୧୨୦ ବିଏନ୍ ଛକ, ଶାସ୍ତ୍ରୀନଗର, ବେହେରା ସାହି ରାସ୍ତା ବନ୍ଦ କରାଯିବ । ଜୟଦେବ ବିହାର ଛକରୁ ୧୬ ନମ୍ବର ଜାତୀୟ ରାଜପଥ ରାସ୍ତା ବନ୍ଦ ରହିବ । ଖଣ୍ଡଗିରି ଫ୍ଲାଏ ଓଭର ବ୍ରିଜ୍, କସମୋପଲିସ ଛକ, ଏମ୍ସ ଅଣ୍ଡର ପାସ୍ ରାସ୍ତା ବନ୍ଦ ରହିବ । ସନ୍ଧ୍ୟା ୬.୩୦ରୁ ୭.୦୫ ଯାଏଁ ରହିବ ଟ୍ରାଫିକ କଟକଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା