Masthead

ଆଜି ସମ୍ବଲପୁର ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଆଜି ସମ୍ବଲପୁର ଗସ୍ତ କରିବେ ରାଷ୍ଟ୍ରପତି । ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶେଷ ଦିନରେ ସମ୍ବଲପୁର ଗସ୍ତ କରିବେ । ସକାଳ ୧୦ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ବାୟୁସେନାର ହେଲିକପ୍ଟର ଯୋଗେ ରେଢ଼ାଖୋଲ ଯିବେ । ପୂର୍ବାହ୍ନ ୧୧ଟା ୫ରେ ରେଢାଖୋଲର କଦଳୀଗଡ଼ ହାଇସ୍କୁଲ ଖେଳ ପଡ଼ିଆରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ବାହାରି ମୁଧୁପୁର ସ୍ଥିତ ସନ୍ଥକବି ଭୀମ ଭୋଇଙ୍କ ଆବିର୍ଭାବ ପୀଠ ମଧୁପୁର ଯିବେ । ଯେଉଁଠାରେ ସନ୍ଥକବିଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ ପରେ, ଚଉଷଠି ସିଦ୍ଧ ଆଶ୍ରମ ଯାଇ ସେଠାରେ ଧ୍ୱନି ମଣ୍ଡପ ଦର୍ଶନ କରିବେ ମହାମହିମ । ପରେ ସନ୍ଥକବିଙ୍କ ଜ୍ଞାନପ୍ରାପ୍ତି ପୀଠ କନ୍ଧରା ଓ ପରେ ବାଲ୍ୟକାଳ କଟିଥିବା କାଙ୍କଡପଡା ଯିବେ ରାଷ୍ଟ୍ରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି