Masthead

ଇକ୍ୱାଡୋରରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳି କରି ହତ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇକ୍ୱାଡୋରରେ ରାଷ୍ଟ୍ରପତି ପଦ ପାଇଁ ଦୌଡ଼ରେ ଥିବା ପ୍ରତିଦ୍ୱନ୍ଦ୍ୱୀ ଫର୍ଣ୍ଣାଡୋ ଭିଲାଭିକେନସିଓ(୫୯)ଙ୍କୁ ଗୁଳି ମାରି ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖରେ ଇକ୍ୱାଡୋରରେ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ଏହି ପଦ ନିମନ୍ତେ ଦୌଡ଼ରେ ୮ ଜଣ ଅଛନ୍ତି। ୮ ଜଣଙ୍କ ମଧ୍ୟରୁ ଫର୍ଣ୍ଣାଡ଼ୋ ଭିଲାଭିକେନସିଓ ଜଣେ ପ୍ରମୁଖ ଦାବିଦାର ଥିଲେ। ଗତକାଲି ସନ୍ଧ୍ୟା ସମୟରେ ଫର୍ଣ୍ଣାଡୋ ଭିଲାଭିକେନସିଓ ଏକ ପ୍ରଚାର ଅଭିଯାନରେ ଯୋଗ ଦେବାକୁ ଯାଇଥିବାବେଳେ କେହି ଦୁର୍ବୃତ୍ତ ଫର୍ଣ୍ଣାଡୋ ଭିଲାଭିକେନସିଓ କାର୍‌ରୁ ଓହ୍ଲାଉଥିବାବେଳେ ତାଙ୍କ ଉପରକୁ ଗୁଳି ଚାଳନା କରିଥିଲେ।

ଫଳରେ ଘଟଣାସ୍ଥଳରେ ହିଁ ସେ ଟଳି ପଡ଼ିଥିଲେ। ତୁରନ୍ତ ତାଙ୍କୁ ନିକଟସ୍ଥ ଡାକ୍ତରଖାନା ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିୟାହ୍‌ବିସେନ୍‌ସିଓଙ୍କ ମୃତ୍ୟୁ ଖବରକୁ ସୁନିଶ୍ଚିତ କରି ଇକ୍ୱାଡୋରର ରାଷ୍ଟ୍ରପତି ଗିଏଲ୍‌ର୍ମୋ ଲାସୋ ଟୁଇଟର୍‌ରେ ଜାରି କରିଥିବା ବିବୃତିରେ ପ୍ରତିଶ୍ରୁତି ଦେଇଛନ୍ତି ଯେ, ଏ ଅପରାଧ ପାଇଁ ନିଶ୍ଚିତ ଦଣ୍ଡବିଧାନ କରାଯିବ । ସେ ଅଗଷ୍ଟ ୨୦ ତାରିଖ ଦିନ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ୮ଜଣ ପ୍ରାର୍ଥୀଙ୍କ ମଧ୍ୟରେ ୫୯ ବର୍ଷିୟ ବିୟାହବିସେନସିଓ ଅନ୍ୟତମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ