Masthead

ଆଜି ରାଷ୍ଟ୍ରପତିଙ୍କ କଟକ ଗସ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ୩ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ରାଷ୍ଟ୍ରପତିଙ୍କ କଟକ ଗସ୍ତ । କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ କଟକ ଚଣ୍ଡୀ ଦର୍ଶନ, ନେତାଜୀ ସଂଗ୍ରହାଳୟ ପରିଦର୍ଶନ କାର୍ଯ୍ୟକ୍ରମ ରହିଛି । ଆଜି ସକାଳ ୮ଟାରେ ରାଜଭବନରୁ ବାହାରି ଭୁବନେଶ୍ୱର ବିମାନବନ୍ଦର ଯିବେ । ସେଠାରୁ ସ୍ୱତନ୍ତ୍ର ହେଲିକ୍ୟାପ୍ଟରରେ କଟକ ଗସ୍ତ କରିବେ ରାଷ୍ଟ୍ରପତି । ସକାଳ ୯ ଟା ୨୦ରେ ପ୍ରଥମେ ଚଣ୍ଡି ମନ୍ଦିର ଯାଇ ମାଆଙ୍କ ଦର୍ଶନ କରିବେ ।

ହାଇକୋର୍ଟର ୭୫ ତମ ପ୍ରତିଷ୍ଠା ଦିବସ ସହ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତନ ଉତ୍ସବ ଏବଂ ଏସସିବି ମେଡିକାଲ କଲେଜର ବାର୍ଷିକ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବେ । ସନ୍ଧ୍ୟାରେ ପୁଣି ରାଜଭବନକୁ ଫେରି ରାତ୍ରୀଯାପନ କରିବେ । ଆସନ୍ତାକାଲି ସକାଳରେ ରାଜଭବନରେ ଆଦିମ ଜନଜାତି ସମ୍ପ୍ରଦାୟ ସଦସ୍ୟଙ୍କ ସହ ମତ ବିନିମୟ କରିବେ । ସେହିପରି ସେହିଦିନ ତମାଣ୍ଡୋ ଦଶବାଟିଆରେ ବ୍ରହ୍ମକୁମାରୀ ସେଂଟରରେ ପହଂଚିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ