Masthead

ଆଜି ରାଷ୍ଟ୍ରପତିଙ୍କ କଟକ ଗସ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ୩ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ରାଷ୍ଟ୍ରପତିଙ୍କ କଟକ ଗସ୍ତ । କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ କଟକ ଚଣ୍ଡୀ ଦର୍ଶନ, ନେତାଜୀ ସଂଗ୍ରହାଳୟ ପରିଦର୍ଶନ କାର୍ଯ୍ୟକ୍ରମ ରହିଛି । ଆଜି ସକାଳ ୮ଟାରେ ରାଜଭବନରୁ ବାହାରି ଭୁବନେଶ୍ୱର ବିମାନବନ୍ଦର ଯିବେ । ସେଠାରୁ ସ୍ୱତନ୍ତ୍ର ହେଲିକ୍ୟାପ୍ଟରରେ କଟକ ଗସ୍ତ କରିବେ ରାଷ୍ଟ୍ରପତି । ସକାଳ ୯ ଟା ୨୦ରେ ପ୍ରଥମେ ଚଣ୍ଡି ମନ୍ଦିର ଯାଇ ମାଆଙ୍କ ଦର୍ଶନ କରିବେ ।

ହାଇକୋର୍ଟର ୭୫ ତମ ପ୍ରତିଷ୍ଠା ଦିବସ ସହ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତନ ଉତ୍ସବ ଏବଂ ଏସସିବି ମେଡିକାଲ କଲେଜର ବାର୍ଷିକ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବେ । ସନ୍ଧ୍ୟାରେ ପୁଣି ରାଜଭବନକୁ ଫେରି ରାତ୍ରୀଯାପନ କରିବେ । ଆସନ୍ତାକାଲି ସକାଳରେ ରାଜଭବନରେ ଆଦିମ ଜନଜାତି ସମ୍ପ୍ରଦାୟ ସଦସ୍ୟଙ୍କ ସହ ମତ ବିନିମୟ କରିବେ । ସେହିପରି ସେହିଦିନ ତମାଣ୍ଡୋ ଦଶବାଟିଆରେ ବ୍ରହ୍ମକୁମାରୀ ସେଂଟରରେ ପହଂଚିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି