ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବଙ୍କ ପ୍ରେସ ମିଟ, ବଢ଼ିବ କି ଲକଡାଉନ ଅବଧି?

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଜୁନ ୧ ସକାଳ ୫ଟାରେ ଶେଷ ହେବ ଲକଡାଉନ ଅବଧି । ଏହା ପୂର୍ବରୁ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିପାରନ୍ତି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଆଜି ସନ୍ଧ୍ୟା ୬ଟା ୩୦ ମିନିଟରେ ରହିଛି ମୁଖ୍ୟ ଶାସନ ସଚିବଙ୍କ ପ୍ରେସମିଟ । ଲକଡାଉନ ସମ୍ପର୍କରେ କରିପାରନ୍ତି କିଛି ଘୋଷଣା । ରାଜ୍ୟ ସରକାର ବଢ଼ାଇପାରନ୍ତି ଲକଡାଉନ ଅବଧି । ଦିନ ବେଳା କଟକଣା ସମୟ ମଧ୍ୟ କୋହଳ ହେବା ନେଇ ରହିଛି ଆଶଙ୍କା ।

ଦିନ ୧୧ଟା ପରିବର୍ତ୍ତେ ୧ଟା ପର୍ଯ୍ୟନ୍ତ ବୃଦ୍ଧିପାଇପାରେ କୋହଳ । ସେପଟେ ଟ୍ୱିନ ସିଟିରେ ମର୍ଣ୍ଣିଂ ୱାର୍କ ଓ ସାଇକେଲିଂକୁ ବାରଣ କରାଯାଇଥିବା ବେଳେ ଏଥିରୁ ମଧ୍ୟ ଉଠିପାରେ କଟକଣା । ସୂଚନା ଯୋଗ୍ୟ ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ୧୦ ହଜାର ତଳକୁ ୭ହଜାର ପର୍ଯ୍ୟନ୍ତକୁ ଖସିଥିବା ବେଳେ ଆଜି ପୁଣି ବୃଦ୍ଧି ପାଇ ଏହା ୯ହଜାରରେ ପହଞ୍ଚିଛି । ସେହିପରି ରାଜ୍ୟରେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନଜରରେ ରଖି ଆଜି ରାଜ୍ୟ ସରକାର ନେଇ ପାରନ୍ତି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ