Masthead

ଜାତୀୟ ପ୍ରେସ ଦିବସ ଓ ପ୍ରାଣନାଥ ଜୟନ୍ତୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଜାତୀୟ ପ୍ରେସ ଦିବସ ଓ ସ୍ୱର୍ଗତ ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ସାମ୍ବାଦିକ ଲିଙ୍ଗରାଜ ସାହୁଙ୍କୁ ସାମ୍ବାଦିକତା ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନୀତ କରାଯାଇଥିଲା । ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଅଧ୍ୟକ୍ଷ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରାଣନାଥ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ଶ୍ରଦ୍ଧାଞ୍ଜଳି ସଭା କରାଯାଇଥିଲା । ଏହି ଅବସରରେ ଶ୍ରୀ ଶତପଥୀ କହିଥିଲେ ଯେ, ସ୍ୱର୍ଗତ ପ୍ରାଣନାଥ ଥିଲେ ଜଣେ ଅଗ୍ରଗଣ୍ୟ ସାମ୍ବାଦିକ । ସେ ଥିଲେ ମୁକ୍ତି ଯୋଦ୍ଧା, କୃଷକ ଓ ସାମ୍ୟବାଦ ଆନ୍ଦୋଳନର ପୁରୋଧା । କମ୍ୟୁନିଷ୍ଟ ଦଳର ଅନ୍ୟତମ ପ୍ରତିଷ୍ଠାତା ତଥା ଶିକ୍ଷାର ବିକାଶ ପାଇଁ ସମର୍ପିତ ବ୍ୟକ୍ତିତ୍ୱ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଲକ୍ଷ୍ମୀଧର ବେହେରା, ଜତୀନ୍ଦ୍ର ମୋହନ ଛୋଟରାୟ, ଅଭିଯାନର ଯୁଗ୍ମ ଆବାହକ ନାରାୟଣ ଚନ୍ଦ୍ର ଓଝା , ପୂଜ୍ୟ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସମର୍ପିତ ସଦସ୍ୟମାନେ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ