Masthead

୨୯ରୁ ଆନ୍ଦୋଳନକୁ ଓହ୍ଲାଇବେ ଦେଢ଼ ଲକ୍ଷ ଶିକ୍ଷକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଆନ୍ଦୋଳନର ଡାକରା ଦେଲା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ । ଦାବି ପୁରଣ ନହେଲେ ଜାନୁଆରୀ ୨୯ରୁ ଜୋରଦାର ଆନ୍ଦୋଳନ । ସାରା ରାଜ୍ୟରେ ପ୍ରାୟ ଦେଢ଼ ଲକ୍ଷ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇବେ । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ରାଜ୍ୟ ସଭାପତି ବ୍ରହ୍ମାନନ୍ଦ ମହାରଣା । ପୂର୍ବରୁ ୩ ଦଫା ଦାବି ନେଇ ଆନ୍ଦୋଳନ କରିଥିଲା ସଂଘ । ଲକ୍ଷାଧିକ ଶିକ୍ଷକ ୨୦୨୨ ନଭେମ୍ବରରେ ଚାରିଦିନ ଧରି ଆନ୍ଦୋଳନ କରିଥିଲେ । ସେତେବେଳେ ଦାବିପୂରଣ କରାଯିବ ବୋଲି ସରକାରଙ୍କ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନରୁ ହଟିଥିଲେ ଶିକ୍ଷକ । ଗତବର୍ଷ ଡିସେମ୍ବର ସୁଦ୍ଧା ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦିଆଯାଇଥିଲା ବୋଲି ସେ କହିଛନ୍ତି । ହେଲେ ଏପର୍ଯ୍ୟନ୍ତ ଦାବି ପୂରଣ ହେଲା ନାହିଁ, ସେଥିପାଇଁ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ