Masthead

ଡିସେମ୍ବର ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ଅପିଲ୍ କଲେ ସରକାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସ୍ଥଗିତ ରହିଲା ଶିକ୍ଷକ ଆନ୍ଦୋଳନ । ଦାବି ପୂରଣ ନେଇ ପ୍ରତିଶ୍ରୁତି ଦେଇଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଶିକ୍ଷକଙ୍କ ଦାବି ସଂପର୍କରେ ସରକାରଙ୍କ ସହ ଆଲୋଚନା ପରେ ଆସନ୍ତା ଡିସେମ୍ବର ମାସ ଯାଏଁ ଅପେକ୍ଷା କରିବାକୁ କୁହାଯାଇଛି । ଏନେଇ ସୂଚନା ଦେଇଛନ୍ତି ନିଖିଳ ଉତ୍କଳ ଶିକ୍ଷକ ମହାସଂଘର ମହାସଚିବ ତି ଚାରୁଲତା ମହାପାତ୍ର । ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ । ଗତ ୧୮ ତାରିଖରେ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ସହିତ ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏଥିରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଥିଲେ ଶିକ୍ଷକ । ସିଏମଏଓ କାର୍ୟ୍ୟଳୟ ଶିକ୍ଷକଙ୍କ ସହିତ ଆଲୋଚନା କରିଥିଲା ।

ବୈଠକରେ ମୁଖ୍ୟତଃ ଗ୍ରେଡ-ପେ ବୃଦ୍ଧି, କଳା, କ୍ରିଡା ଶିକ୍ଷକଙ୍କ କ୍ୟାରିୟର ଆଡଭାନ୍ସ ପଲିସି, ଏକ୍ସ କ୍ୟାଡରଙ୍କୁ ରେଗୁଲାର କରିବା ଏବଂ ଓଲ୍ଡ ପେନସନ୍ ଲାଗୁ କରିବା ଭଳି ଦାବି ସଂପର୍କରେ ଆଲୋଚନା କରାଯାଇଥିବା ନିଖିଳ ଉକ୍ରଳ ପ୍ରାଥମିକ ଶିକ୍ଷକ ସଂଘର ମହାସଚିବ ସୂଚନା ଦେଇଛନ୍ତି । ଆଲୋଚନା ପରେ ନୂଆ ବର୍ଷରେ ଶିକ୍ଷକଙ୍କ ମାନଙ୍କୁ ଭେଟି ଦିଆଯିବ ବୋଲି ଆଶ୍ୱାସନା ମିଳିଛି । ତେବେ ବିଭିନ୍ନ ଦାବି ନେଇ ୧୦ଟି ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନ କରୁଥିବା ବେଳେ ୯ଟି ସଂଘର ବୈଠକରେ ସାମିଲ ହୋଇଥିଲେ । ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘକୁ ସିଏମଓ ଅଫିସରୁ ଡାକରା ଆସିନଥିଲା । ତେବେ ଦଳରୁ ବାହାରି ବଶୃଙ୍ଖଳିତ ଆଚରଣ କରିଥିବାରୁ ଡକା ଯାଇନଥିବା ସଂଘ ମହାସଚିବ ଚାରୁଲତା ମହାପାତ୍ର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ