Masthead

ବାରାଣାସୀ ଆସନ ପାଇଁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ମୋଦି

ବାରାଣାସୀ(ବଡ଼ ଖବର ବ୍ୟୁରୋ): ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାରାଣାସୀ ଆସନ ପାଇଁ କରିବେ ନାମାଙ୍କନ ପତ୍ର ଦାଖଲ। ଯୋଗୀ ଆଦିତ୍ୟନାଥଙ୍କ ଓ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ରହିବେ ଉପସ୍ଥିତ । ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବାରଣାସୀର କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାଚ୍ଚର୍ନା କରିଛନ୍ତି ପ୍ରଧାନମନ୍ତ୍ରୀ । ଗତକାଲି ବାରଣାସୀରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ’ ଦେଖିବାକୁ ମିଳିଥିଲା । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାତଙ୍କ ସହ ମିଶି ୬ କିଲୋମିଟରର ରୋଡ ସୋ’ କରିଥିଲେ ମୋଦୀ । ପ୍ରାୟ ଅଢେଇ ଘଂଟାର ରୋଡ ସୋ’ ପରେ ପ୍ରଧାନମନ୍ତ୍ରୀ କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ।

ଆଜି ସାଢେ ୧୧ ଟାରୁ ୧୧ ଟା ୪୦ ମଧ୍ୟରେ ମୋଦୀ ପ୍ରାର୍ଥୀପତ୍ର ଦାଖଲ କରିବା ନେଇ ସୂଚନା ରହିଛି । ଜୁନ ୧ ତାରିଖ ତଥା ଶେଷ ପର୍ଯ୍ୟାୟରେ ବାରଣାସୀରେ ନିର୍ବାଚନ ହେବାର ଅଛି । ୨୦୧୪ରେ ପ୍ରଧାନମନ୍ତ୍ରୀ ମୋଦୀ ବାରଣାସୀ ଆସନରୁ ୩ ଲକ୍ଷ ୩୭ ହଜାରରୁ ଅଧିକ ଭୋଟରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଅରବିନ୍ଦ କେଜ୍ରିୱାଲଙ୍କୁ ହରାଇଥିଲେ । ୨୦୧୯ରେ ମୋଦୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ସମାଜବାଦୀ ପାର୍ଟିର ସାଲିନି ଯାଦବଙ୍କୁ ୪ ଲକ୍ଷ ୮୦ ହଜାରରୁ ଅଧିକ ଭୋଟରେ ହରାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍! 🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି 🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍! 🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି