Masthead

ବାରାଣାସୀ ଆସନ ପାଇଁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ମୋଦି

ବାରାଣାସୀ(ବଡ଼ ଖବର ବ୍ୟୁରୋ): ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାରାଣାସୀ ଆସନ ପାଇଁ କରିବେ ନାମାଙ୍କନ ପତ୍ର ଦାଖଲ। ଯୋଗୀ ଆଦିତ୍ୟନାଥଙ୍କ ଓ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ରହିବେ ଉପସ୍ଥିତ । ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବାରଣାସୀର କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାଚ୍ଚର୍ନା କରିଛନ୍ତି ପ୍ରଧାନମନ୍ତ୍ରୀ । ଗତକାଲି ବାରଣାସୀରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ’ ଦେଖିବାକୁ ମିଳିଥିଲା । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାତଙ୍କ ସହ ମିଶି ୬ କିଲୋମିଟରର ରୋଡ ସୋ’ କରିଥିଲେ ମୋଦୀ । ପ୍ରାୟ ଅଢେଇ ଘଂଟାର ରୋଡ ସୋ’ ପରେ ପ୍ରଧାନମନ୍ତ୍ରୀ କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ।

ଆଜି ସାଢେ ୧୧ ଟାରୁ ୧୧ ଟା ୪୦ ମଧ୍ୟରେ ମୋଦୀ ପ୍ରାର୍ଥୀପତ୍ର ଦାଖଲ କରିବା ନେଇ ସୂଚନା ରହିଛି । ଜୁନ ୧ ତାରିଖ ତଥା ଶେଷ ପର୍ଯ୍ୟାୟରେ ବାରଣାସୀରେ ନିର୍ବାଚନ ହେବାର ଅଛି । ୨୦୧୪ରେ ପ୍ରଧାନମନ୍ତ୍ରୀ ମୋଦୀ ବାରଣାସୀ ଆସନରୁ ୩ ଲକ୍ଷ ୩୭ ହଜାରରୁ ଅଧିକ ଭୋଟରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଅରବିନ୍ଦ କେଜ୍ରିୱାଲଙ୍କୁ ହରାଇଥିଲେ । ୨୦୧୯ରେ ମୋଦୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ସମାଜବାଦୀ ପାର୍ଟିର ସାଲିନି ଯାଦବଙ୍କୁ ୪ ଲକ୍ଷ ୮୦ ହଜାରରୁ ଅଧିକ ଭୋଟରେ ହରାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ