Masthead

ପ୍ରୟାଗରାଜ ଯିବେ ପ୍ରଧାନମନ୍ତ୍ରୀ, ୫୫୦୦ କୋଟିର ଦେବେ ଭେଟି

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଆଜି ଉତ୍ତରପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାମର ସମୀକ୍ଷା କରିବେ। ଏଥିସହ ପ୍ରୟାଗରାଜରେ ୫ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟିଦେବେ। ସେହିପରି ୨୦୨୫ରେ ହେବାକୁ ଥିବା ମହାକୁମ୍ଭର ବିଭିନ୍ନ ପ୍ରକଳ୍ପ, ରେଳ ଓ ସଡ଼କ ପ୍ରକଳ୍ପ ବି ଲୋକାର୍ପଣ କରିବେ । ପ୍ରୟାଗରାଜବାସୀଙ୍କୁ ୧୦ଟି ନୂତନ ଫ୍ଲାଏଓଭର, ସ୍ଥାୟୀ ଘାଟ ଏବଂ ନଦୀ କୂଳର ରାସ୍ତା ଭେଟି ଦେବେ ମୋଦି ।

ଏହା ସହିତ ପ୍ରଧାନମନ୍ତ୍ରୀ କୁମ୍ଭ “ସହାୟକ’ ଚାଟ୍‌ବଟ୍‌ର ମଧ୍ୟ ଶୁଭାରମ୍ଭ କରିବେ । ତେବେ ମୋଦିଙ୍କ ଗସ୍ତ ପାଇଁ ସଜେଇ ହୋଇଛି ବାରାଣସୀରୁ ପ୍ରୟାଗରାଜ । ସବୁଠି ଛାଇ ଯାଇଛି ବଡ଼ ବଡ଼ ବ୍ୟାନର ଓ ହୋର୍ଡିଂ । ମଧ୍ୟାହ୍ନରେ ସଙ୍ଗମ ସ୍ଥଳରେ ପହଞ୍ଚି ପୂଜାର୍ଚ୍ଚନା କରିବା ସହ ଦର୍ଶନ କରିବେ। ପରେ ଅକ୍ଷୟ ବଟବୃକ୍ଷ ସ୍ଥଳରେ ସ୍ଥଳରେ ପୂଜାର୍ଚ୍ଚନା କରିବେ ପ୍ରଧାନମନ୍ତ୍ରୀ। ପରେ ପରେ ହନୁମାନ ମନ୍ଦିର ଓ ସରସ୍ୱତୀ କୂଅକୁ ଯାଇ ପୂଜା କରିବା କାର୍ଯ୍ୟକ୍ରମ ରହିଛି। ଦିନ ସାଢେ ଗୋଟାଏରେ ମହାକୁମ୍ଭ ପ୍ରଦର୍ଶନୀ ସ୍ଥାନ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ।

ଏହାପରେ ଅପରାହ୍ନ ପ୍ରାୟ ୨ଟାରେ ପ୍ରଧାନମନ୍ତ୍ରୀ ପ୍ରୟାଗରାଜରେ ୫୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶୁଭାରମ୍ଭ କରିବେ। ଯେଉଁଥିରେ ରହିଛି ବିଭିନ୍ନ ରେଳ, ସଡକ, ବିଦ୍ୟୁତ, ପାନୀୟଜଳ ଏବଂ ସ୍ୱାସ୍ଥ୍ୟସେବା ସମ୍ପର୍କିତ ଏକାଧିକ ପ୍ରକଳ୍ପ। ଏଥିସହିତ ଭରଦ୍ୱାଜ ଆଶ୍ରମ କରିଡର, ଶ୍ରୀଙ୍ଗଭରପୁର ଧାମ କରିଡର, ଅକ୍ଷୟଭଟ୍ଟ କରିଡର, ହନୁମାନ ମନ୍ଦିର କରିଡର ଆଦିର ମଧ୍ୟ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ କୁମ୍ଭ ‘ସାହାୟକ’ ଚାଟବଟ୍ ମଧ୍ୟ ଲଞ୍ଚ କରିବେ। ଯାହାକି ଶ୍ରଦ୍ଧାଳୁଙ୍କୁ ମହାକୁମ୍ଭ ମେଳା ୨୦୨୫ ଓ ଏହାର କାର୍ୟ୍ୟକ୍ରମ ବିଷୟରେ ସର୍ବଶେଷ ସୂଚନା ପ୍ରଦାନ କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା