୪ରେ ବିଜେଡି ସରକାରଙ୍କ ଏକ୍ସପାୟରି ଡେଟ, ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାବେଶ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ । କହିଛନ୍ତି ଏଠାକାର ବିକାଶ କରି ମୁଁ ଆପଣଙ୍କ ଆଶୀର୍ବାଦ ଫେରସ୍ତ କରିବି । ଆପଣଙ୍କ ଉତ୍ସାହ ସ୍ପଷ୍ଟ କରୁଛି ଯେ ଏଥର ବିଜେଡି ଯିବ । ଏଥର ବିଜେଡି ଯିବ, ଓଡ଼ିଶାରେ ବିଜେପି ଆସିବ । ଯିଏ ଓଡ଼ିଶା ଲୋକଙ୍କୁ ଜାଣିଥିବ, ବୁଝିଥିବ, ସେ ହିଁ ହେବ ମୁଖ୍ୟମନ୍ତ୍ରୀ । ଓଡ଼ିଶା ଏବଂ ଦିଲ୍ଲୀରେ ଡବଲ ଇଂଜିନ ସରକାର ହେବ । ଡବଲ ଇଂଜିନ ସରକାର ଓଡ଼ିଶା ବିକାଶକୁ ନୂଆ ଗତି ଦେବ ।

ସେ ଆହୁରି ମଧ୍ୟ କହିଛନ୍ତି ସମସ୍ତ ୨୧ ଲୋକସଭା ସିଟ୍‌ରେ ବିଜେପି ବିଜୟୀ ହେବ । ବିଧାନସଭାରେ ବିଜେପିକୁ ବମ୍ପର ବିଜୟ ମିଳିବ । ବିଜେପିର ବିଜୟରେ ଓଡ଼ିଶାକୁ ନୂଆ ଶକ୍ତି, ନୂଆ ନେତୃତ୍ବ ମିଳିବ । ୪ ଜୁନ୍‌ ବିଜେଡି ସରକାରର ଏକ୍ସପାୟରି ଡେଟ୍‌ । ୧୦ ଜୁନ୍‌ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ବିଜେପି ସରକାର ଶପଥ ସମାରୋହକୁ ନିମନ୍ତ୍ରଣ ଜଣାଉଛି । କିଛି ଲୋକ ରାମମନ୍ଦିର ନିମନ୍ତ୍ରଣକୁ ଅଗ୍ରାହ୍ୟ କରିଥିଲେ । ଆପଣମାନେ ସେମିତି କରିବେନି, ନିଶ୍ଚିତ ଯିବେ ବୋଲି ବିଶ୍ବାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ