Masthead

ମୋଦିଙ୍କୁ ଭେଟିଲେ ନେପାଳ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଚାରି ଦିନିଆ ଗସ୍ଥରେ ଭାରତ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କୁମାର ଦହଲ ପ୍ରଚଣ୍ଡ ଆଜି ନୂଆଦିଲ୍ଲୀ ସ୍ଥିତ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଥିଲେ । ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ ନେପାଳ ପିଏମ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟ ମଧ୍ୟ ଯାଇଥିଲେ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ଦୁଇ ଦେଶର ପ୍ରଧାନମନ୍ତ୍ରୀ ର ଭେଟ ଉପରେ ଭାରତୀୟ ବିଦେଶ ମନ୍ତ୍ରାଳୟର ପ୍ରବକ୍ତା ଅରବିନ୍ଦ ବାଗଚି ଟୁଇଟ କରି ଲେଖିଛନ୍ତି ବନ୍ଧୁତା ଓ ସହଯୋଗ କୁ ଗଭୀର କରିବା ପାଇଁ ପିଏମ ନରେନ୍ଦ୍ର ମୋଦି ଓ ନେପାଳର ପିଏମ ପୁଷ୍ପ କମଳ ଦହଲ ପ୍ରଚଣ୍ଡ ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ସଂବନ୍ଧକୁ ନେଇ ଭେଟ ହେଇଛନ୍ତି । ନେପାଳ ପ୍ରଧାନମନ୍ତ୍ରୀ ବୁଧବାର ଦିନ ୩ ଦିନିଆ ଗସ୍ଥରେ ନୂଆଦିଲ୍ଲୀରେ ପହଞ୍ଚି ଥିଲେ । କେନ୍ଦ୍ରୀୟ ମନ୍ତ୍ରୀ ମିନାକ୍ଷୀ ଲେଖି ନେପାଳର ପ୍ରଧାନମନ୍ତ୍ରୀଙ୍କ ସ୍ୱାଦତ କରିଥିଲେ । ପୁଣି ଥରେ ନେପାଳର ପ୍ରଧାନମନ୍ତ୍ରୀ ବନିବା ପରେ ପୁସ୍ପ କମଲ ଦହଲଙ୍କର ଏହା ପ୍ରଥମ ଭାରତ ଯାତ୍ରା ଅଟେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ