Masthead

ଦୁଇ ଦିନିଆ ଇସ୍ରାଏଲ୍‌ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଦୁଇଦିନିଆ ଇସ୍ରାଏଲ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀଙ୍କ ଏହି ଗସ୍ତ ଅନେକ ଦୃଷ୍ଟିକୋଣରୁ ଗୁରୁତ୍ବପୂର୍ଣ୍ଣ ବୋଲି ମନେ କରାଯାଉଛି । ଯେଉଁ ସମୟରେ ଇସ୍ରାଏଲ୍ ଓ ଇରାନ୍ ମଧ୍ୟରେ ତିକ୍ତତା ବଢ଼ିଚାଲିଛି, ସେହି ସମୟରେ ମୋଦୀ ଇସ୍ରାଏଲ୍ ଗସ୍ତ କରୁଛନ୍ତି । ଏହି ଗସ୍ତ ବେଳେ ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା, ବାଣିଜ୍ୟ ଓ ବୈଷୟିକ ଜ୍ଞାନ କୌଶଳ ଭଳି ଅନେକ ଗୁଡ଼ିଏ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ ।

ସବୁଠୁ ବଡ଼ କଥା ହେଲା ମୋଦୀଙ୍କ ଇସ୍ରାଏଲ୍ ଗସ୍ତ ପୂର୍ବରୁ ଇସ୍ରାଏଲରେ ଏକ ନୂଆ ମେଣ୍ଟ ଗଠନ ହୋଇଛି । ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଏହାର ନାଁ ରଖିଛନ୍ତି ‘ହେକ୍ସାଗନ୍ ଗଠବନ୍ଧନ’ । ନେତାନ୍ୟାହୁଙ୍କର କହିବା କଥା, ମଧ୍ୟପ୍ରାଚ୍ୟ କଟ୍ଟରପନ୍ଥୀଙ୍କୁ ମୁକାବିଲା କରିବା ପାଇଁ ହେକ୍ସାଗନ୍ ଗଠବନ୍ଧନର ଆବଶ୍ୟକତା ରହିଛି । ନେତାନ୍ୟାହୁ ଏହି ଗଠବନ୍ଧନରେ ଭାରତ ସମେତ ଇସ୍ରାଏଲ୍, ଗ୍ରୀସ୍ ଓ ସାଇପ୍ରସକୁ ରଖିଛନ୍ତି । କିଛି ଆରବୀ, ଆଫ୍ରିକୀୟ ଓ ଏସିଆନ୍ ଦେଶ ମଧ୍ୟ ସାମିଲ୍ ହୋଇପାରନ୍ତି ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ