Masthead

ବନ୍ୟାଞ୍ଚଳ ବୁଲିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତର ଅନେକ ରାଜ୍ୟ ବନ୍ୟା କବଳରେ। ସବୁଠାରୁ ଖରାପ ପରିସ୍ଥିତି ପଞ୍ଜାବରେ। ଯେଉଁଠି ୨୦୦୦ରୁ ଅଧିକ ଗାଁ ଜଳମଗ୍ନ ହୋଇଯାଇଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଶହ ଶହ ଗାଈଗୋରୁ ମଧ୍ୟ ମରିଛନ୍ତି। ବହୁ ସଂଖ୍ୟକ ଫସଲ କ୍ଷତିଗ୍ରସ୍ତ ହୋଇଛି।ଏହି ଭୟଙ୍କର ବିପର୍ଯ୍ୟୟର ମୁକାବିଲା ପାଇଁ କେନ୍ଦ୍ରୀୟ ରିଲିଫ୍ ପାଣ୍ଠି ଯୋଗାଇ ଦେବାକୁ ପ୍ରଭାବିତ ରାଜ୍ୟଗୁଡ଼ିକ ଦାବି କରିଛନ୍ତି । ଆଉ ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜେ ବନ୍ୟା ପ୍ରଭାବିତ ରାଜ୍ୟଗୁଡ଼ିକର ଗସ୍ତ କରିବେ ଏବଂ ସ୍ଥିତିର ସମୀକ୍ଷା କରିବେ । ଉତ୍ତର ଭାରତର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଲଗାଣ ବର୍ଷା ଓ ବନ୍ୟା ଯୋଗୁ ରାସ୍ତାଘାଟ ଓ ଧନଜୀବନର ବ୍ୟାପକ କ୍ଷତି ହୋଇଛି ।

ବିଶେଷକରି ଦିଲ୍ଲୀ, ଜମ୍ମୁ-କାଶ୍ମୀର, ହିମାଚଳ ପ୍ରଦେଶ, ପଞ୍ଜାବ, ହରିୟାଣା ଓ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଯୋଗୁ ୫୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି । ଏପରିକି ଗତ ଦୁଇ ଦିନ ମଧ୍ୟରେ ଭୂସ୍ଖଳନ, ବର୍ଷା, ବନ୍ୟା ଯୋଗୁଁ ଅନେକ ଲୋକଙ୍କ ଜୀବନ ଯାଇଛି । ଉତ୍ତର ଭାରତର ଏହି ସବୁ ରାଜ୍ୟ ଦଶନ୍ଧି ପରେ ସବୁଠାରୁ ଭୟଙ୍କର ମୌସୁମୀଜନିତ ବିପର୍ଯ୍ୟୟର ସମ୍ମୁଖୀନ ହେଉଛନ୍ତି । ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ନଦୀ ଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଭୂସ୍ଖଳନ ଯୋଗୁଁ ଅନେକ ରାସ୍ତା ବନ୍ଦ ହୋଇଯାଇଛି । ଚାଷଜମି ସମ୍ପୂର୍ଣ୍ଣ ଜଳମଗ୍ନ ହୋଇପଡ଼ିଛି । ଫସଲ ନଷ୍ଟ ସହ ପ୍ରଭାବିତ ଅଞ୍ଚଳରେ ହଜାର ହଜାର ଲୋକ ଫସି ରହିଛନ୍ତି । ଏସବୁ ସ୍ଥିତିରେ ସୁଧାର ଆସିବା ପାଇଁ କିଛି ଦିନ ସମୟ ଲାଗିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ