Masthead

କେନ୍ଦ୍ରାପଡ଼ା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପାଇଁ ଜୋରଦାର ହେଲାଣି ପ୍ରଚାର । ନିଜ ଦଳ ପାଇଁ ପ୍ରଚାର କରିବାକୁ ଆଗେଇଲଣି ପ୍ରାର୍ଥୀ । ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଆସିବେ ମୋଦି । ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ଆୟୋଜିତ ହେବ ବିଶାଳ ଜନସଭା । ୪ ଲକ୍ଷ କର୍ମୀ ଓ ଜନତାଙ୍କୁ ନେଇ ହେବ ମୋଦୀଙ୍କ ସଭା । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଆସି କେନ୍ଦ୍ରାପଡ଼ା ଲୋକସଭା ଓ ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ ।

ମାହାଙ୍ଗା ନିର୍ବାଚନମଣ୍ଡଳିର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଏକଥା କହିଛନ୍ତି ବିଜେପିର କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ବିଜେପିର ମାହାଙ୍ଗା ବିଧାନସଭା ପ୍ରାର୍ଥୀ ସୁମନ୍ତ ଘଡ଼ାଇ, କେନ୍ଦ୍ରାପଡ଼ା ଲୋକସଭା ଆସନ ବିଜେପି ସଂଯୋଜକ ସୁନାକର ସାହୁ, ବିଜେପି ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ସମୀର ସାମଲ ମଧ୍ୟ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ