Masthead

୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଦେବେ ଯୋଗ । । ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବେ। ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ। ପ୍ରବାସୀ ଭାରତୀୟ ଦିବସରେ ପ୍ରାୟ ୫୦୦୦ ଅଂଶଗ୍ରହଣକାରୀ ଭାଗନେବେ।

କାର୍ଯ୍ୟକ୍ରମର ବିଭିନ୍ନ ଦିବସରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ବହିର୍ବ୍ୟାପାର ମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ, ଦେଶବିଦେଶରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ପ୍ରବାସୀ ଭାରତୀୟ ଯୋଗଦେବେ। ସମ୍ମିଳନୀର ପ୍ରଥମ ଦିବସରେ ‘ଯୁବ ପ୍ରବାସୀ ଭାରତୀୟ ଦିବସ’, ୨ୟ ଦିବସରେ ୧୮ତମ ପ୍ରବାସୀ ଭାରତୀୟ ଦିବସର ମୁଖ୍ୟ ସମାରୋହ ଓ ୩ୟ ଦିବସରେ ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ। ଦ୍ୱିତୀୟ ଦିବସରେ ପ୍ରଧାନମନ୍ତ୍ରୀ ଯୋଗଦେଇ ପ୍ରବାସୀ ଭାରତୀୟ ତୀର୍ଥ ଏକ୍ସପ୍ରେସ୍‌ର ଡିଜିଟାଲ ଫ୍ଲାଗଅପ୍‌ କରିବା କାର୍ୟ୍ୟକ୍ରମ ରହିଛି। ସମସ୍ତ ଦିବସରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ