ୟୁକ୍ରେନ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଯୁଦ୍ଧ କ୍ଷତିଗ୍ରସ୍ତ ୟୁକ୍ରେନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୩ ତାରିଖରେ ମୋଦି ୟୁକ୍ରେନ୍ ଯାଇ ରାଷ୍ଟ୍ରପତି ଭ୍ଲୋଡିମିର ଜେଲେନସ୍କିଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି। ଏନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଏହି ଅବସରରେ ୨ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଏବଂ ବହୁପକ୍ଷୀୟ ସହଯୋଗ ଉପରେ ଆଲୋଚନା ହେବ।

୩୦ ବର୍ଷ ପରେ ଭାରତର କୌଣସି ପ୍ରଧାନମନ୍ତ୍ରୀ ୟୁକ୍ରେନ୍‌ରେ ପହଞ୍ଚିବେ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି। ମସ୍କୋରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଭେଟିବାର ପ୍ରାୟ ମାସେ ପରେ ମୋଦି ୟୁକ୍ରେନ୍‌ ଗସ୍ତ କରିବେ। ଶେଷଥର ପାଇଁ ସେ ଗତ ଜୁନ୍‌ରେ ଇଟାଲୀରେ ଅନୁଷ୍ଠିତ ହୋଇଥିବା ଜି-୭ ସମ୍ମିଳନୀରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲଡିମିର ଜେଲେନସ୍କିଙ୍କୁ ଭେଟିଥିଲେ। ତେବେ ୟୁକ୍ରେନ୍‌ ଗସ୍ତ ପୂର୍ବରୁ ମୋଦି ଅଗଷ୍ଟ ୨୧ ଓ ୨୨ରେ ପୋଲାଣ୍ଡ ଗସ୍ତ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ