Masthead

ଜେଲରେ କଏଦୀଙ୍କ ମୃତ୍ୟୁ, ହତ୍ୟା ସନ୍ଦେହ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜେଲରେ ଜଣେ ବିଚାରଧୀନ କଏଦୀଙ୍କର ମୃତ୍ୟୁ ହୋଇଛି । ମୃତ କଏଦୀ ଜଣଙ୍କ ହେଲେ ତନରଡା ଗ୍ରାମର ଚରଣ ବେହେରା(୪୦) । ଏକ ଚୋରି ମାମଲାରେ ବେଲଗଣ୍ଠା ପୋଲିସ ତାଙ୍କୁ ୫ ଦିନ ପୁର୍ବରୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ।

ଆଜି ସକାଳୁ କଏଦୀ ଜଣଙ୍କ ଅଚେତ ହୋଇଯିବା ଦେଖି ଜେଲ କର୍ତ୍ତୁପକ୍ଷ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରିବାର ଲୋକେ ଖବର ପାଇ ଭଞ୍ଜନଗର ମେଡ଼ିକାଲ ପହଞ୍ଚିଥିଲେ। ମୃତଦେହର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବା ଦେଖି ଜେଲରେ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ।

ଚରଣଙ୍କ ତିନୋଟି ପୁଅ ଝିଅ ରହିଛନ୍ତି ସେମାନଙ୍କ ଭରଣ ପୋଷଣ ଲାଗି କ୍ଷତିପୂରଣ ଦାବି କରିବା ସହିତ ଉଚ୍ଚସ୍ତରୀୟ ତଦନ୍ତ କରି ପରିବାର ଲୋକଙ୍କୁ ନ୍ୟାୟ ପାଇଁ ଦାବି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା