Masthead

‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’

ପୁରୀ (ବଡ଼ ଖବର ବ୍ୟୁରୋ): ପୁଣି ଡ୍ରୋନ୍ ଶ୍ରୀମନ୍ଦିର ଭିଡିଓ ଭାଇରାଲ୍‌ । ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । କହିଛନ୍ତି ଶ୍ରୀମନ୍ଦିର ସୁରକ୍ଷା, ଶୃଙ୍ଖଳା, ଭକ୍ତଙ୍କ ସୁଗମତାକୁ ସରକାର ଗୁରୁତ୍ବ ଦେଉଛନ୍ତି । ଶ୍ରୀମନ୍ଦିରରେ ଆଣ୍ଟି ଡ୍ରୋନ୍‌ ଟେକ୍ନୋଲୋଜି ପ୍ରକ୍ରିୟା ଆରମ୍ଭ କରିଛୁ । ବହୁଶୀଘ୍ର ଯୋଜନାର ପ୍ରକୃତ ଚିତ୍ର ପ୍ରତିଫଳିତ ହେବ । ଷ୍ଟୋରି ବାଇ ନାରୁ ଗୋପାଳ ନାମକ ଏକ ଆକାଉଣ୍ଟରେ ଶ୍ରୀମନ୍ଦିର ଭିଡିଓ ପୋଷ୍ଟ ହୋଇଛି । ଜଣେ ଚୁନରା ସେବାୟତ ପତାକା ପରିବର୍ତ୍ତନ ଲାଗି ଯାଉଥିବା ବେଳେ ଅଧାବାଟରେ ନମସ୍କାର କରୁଥିବା ଭିଡିଓରେ ଦେଖିବାକୁ ମିଳିଛି ।

ସେହିଭଳି ମନ୍ଦିର ଉପର ଦୃଶ୍ୟ ମଧ୍ୟ ଭିଡିଓରେ ସ୍ପଷ୍ଟ ବାରି ହୋଇପଡୁଛି । ତେବେ ଏଥିରେ ଚୁନରା ସେବକଙ୍କ ସମ୍ପୃକ୍ତ ରହିଥିବା ଅନୁମାନ କରାଯାଉଛି । ଯାହାକୁ ନେଇ ଜଗନ୍ନାଥପ୍ରେମୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଶ୍ରୀମନ୍ଦିର ଫଟୋ ଭାଇରାଲ ହେଲେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନିକ ଅଧିକାରୀମାନେ କହୁଥିବା ବେଳେ ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଓଲଟା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ