Masthead

ଚେତାବନୀ ପରେ ବି ଶୁଣିଲେନି ସରକାର, ଆସନ୍ତାକାଲିଠୁ ରାଜ୍ୟରେ ଘରୋଇ ବସ୍ ସେବା ବନ୍ଦ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ): ଚେତାବନୀ ପରେ ବି ଶୁଣିଲେନି ସରକାର । ସାରା ରାଜ୍ୟରେ ଆସନ୍ତାକାଲିଠୁ ଘରୋଇ ବସ୍ ସେବା ସମ୍ପୂର୍ଣ୍ଣ ବନ୍ଦ । ଅନିର୍ଦ୍ଦିଷ୍ଟ କାଳ ଧର୍ମଘଟ କରିବାକୁ ଘରୋଇ ବସ୍ ମାଲିକ ସଂଘର ନିଷ୍ପତ୍ତି । ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଆସନ୍ତାକାଲିଠୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଗଡିବନି ଘରୋଇ ବସ୍ । ଗତକାଲି ଅନୁଷ୍ଠିତ ସାଧାରଣ ପରିଷଦ ବୈଠକ ପରେ ଏଭଳି ଘୋଷଣା କରିଛି ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ । ସରକାର ଆଲୋଚନାକୁ ଡାକିଲେ ନାହିଁ କି ଉଠାଯାଇଥିବା ଦାବି ମାନିଲେ ନାହିଁ ବୋଲି ସଂଘ ଅଭିଯୋଗ କରିଛି ।

ତେଣୁ ଦାବି ପୂରଣ ନ ହେବା ଯାଏଁ ଘରୋଇ ବସ ଚଳାଚଳ ବନ୍ଦ ରଖିବାକୁ ଘୋଷଣା କରିଛି ଘରୋଇ ବସ ମାଲି ସଂଘ । ଏପରିକି ସ୍କୁଲ, କଲେଜ, ଟୁର ଟ୍ରାଭେଲ ବସ୍ ସହ ଘରୋଇ ବସ ସେବା ବନ୍ଦ ରହିବ ବୋଲି କହିଛି ସଂଘ । ‘ଲକ୍ଷ୍ମୀ’ ଯୋଜନାରେ ଚାଲିବାକୁ ଥିବା ରୁଟରେ ଘରୋଇ ବସ ଗୁଡିକୁ ସବସିଡି ଦେବାକୁ ସଂଘ ଦାବି କରିଛି । ସରକାର ରାଜି ହେଲେ, ଘରୋଇ ବସ୍ ଗୁଡିକୁ ଲକ୍ଷ୍ମୀ ଯୋଜନା ଅନୁଯାୟୀ ସଜାଇ ଦିଆଯିବ ବୋଲି କହିଛି ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ