Masthead

ମମତାଙ୍କ ବିରୋଧରେ ପ୍ରିୟଙ୍କାଙ୍କ ଆରୋପ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି । ସାରା ଦେଶର ନଜର ଏବେ ପଶ୍ଚିମବଙ୍ଗର ଭବାନୀପୁର ଆସନ ଉପରେ କାରଣ ଏଠାରେ ଉପନିର୍ବାଚନ ଲଢୁଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମମତାଙ୍କୁ ଟକ୍କର ଦେଉଛନ୍ତି ବିଜେପିର ପ୍ରିୟଙ୍କା ଟିବ୍ରେୱାଲ । ସେପଟେ ବିଜେପି ପ୍ରାର୍ଥୀ ପ୍ରିୟଙ୍କା ଏକ ସାଂଘାତିକ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ଯେ, ଟିଏମସି ବିଧାୟକ ମଦନ ମିତ୍ର ଜାଣିଶୁଣି ଗୋଟିଏ ବୁଥରେ ଏକ ଭୋଟ୍ ମେସିନ୍ ବନ୍ଦ କରି ଦେଇଛନ୍ତି।

ଆଜି ସକାଳେ ପ୍ରିୟଙ୍କା ଭବାନୀପୁର ନିର୍ବାଚନମଣ୍ଡଳୀରେ ବୁଥ କେନ୍ଦ୍ର ପରିଦର୍ଶନ କରିବା ପରେ ଏଭଳି ଅଭିଯୋଗ ଆଣିଛନ୍ତି। ବୁଥ ପରିଦର୍ଶନ ସମୟରେ ପ୍ରିୟଙ୍କା କହିଛନ୍ତି, ମଦନ ମିତ୍ର ଉଦ୍ଦେଶ୍ୟମୂଳକ ଭାବେ ଏଠାରେ ଭୋଟିଂ ମେସିନକୁ ବନ୍ଦ କରିଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ, ଯଦି ଲୋକମାନେ ବାହାରକୁ ଆସି ଭୋଟ୍ ଦିଅନ୍ତି, ତେବେ ଆପଣ ଫଳାଫଳ ଦେଖିବାକୁ ପାଇବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ