Masthead

ଭିକ ମାଗିବା ଉପରେ ପ୍ରତିବନ୍ଧକ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ):ନାଗପୁର ସହରରେ ଭିକ ମାଗିବା ଉପରେ ପ୍ରତିବନ୍ଧକ । ଜି-୨୦ ଶିଖର ବୈଠକ ପୂର୍ବରୁ ମହାରାଷ୍ଟ୍ରର ନାଗପୁର ସହରରେ ଭିକ ମାଗିବା ଉପରେ ପ୍ରତିବନ୍ଧକ ଲଗାଯାଇଛି। ସିଟି ପୋଲିସ ମୁଖ୍ୟ ଅମିତେଶ କୁମାର ଏ ସମ୍ପର୍କରେ ନିର୍ଦ୍ଦେଶ ଦେଇଛନ୍ତି। ସେ ଧାରା ୧୪୪ ଅନୁଯାୟୀ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଏଥିରେ ବ୍ୟକ୍ତି କିମ୍ବା ଗୋଷ୍ଠୀ ଭିକ ମାଗିବା କିମ୍ବା ଯାତ୍ରୀମାନଙ୍କୁ ଟଙ୍କା ଦେବାକୁ ବାଧ୍ୟ କରିବା ଉପରେ ରୋକ ଲଗାଯାଇଛି। ଯଦି କୌଣସି ବ୍ୟକ୍ତି ସର୍ବସାଧାରଣ ସ୍ଥାନରେ ଭିକ ମାଗୁଥିବାର ଦେଖାଯାଏ, ତେବେ ତାଙ୍କୁ ୧ ରୁ ୬ ମାସ ପର୍ଯ୍ୟନ୍ତ ଜେଲ ପଠାଯାଇପାରେ।

ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଏକ ରିପୋର୍ଟ ଅନୁସାରେ, ଗତ ବୁଧବାର ନାଗପୁର ସିଟି ପୋଲିସ କମିଶନର ପକ୍ଷରୁ ଏକ ନିରେ୍ଦ୍ଦଶ ଜାରି କରାଯାଇଛି । ଏହି ନିରେ୍ଦ୍ଦଶ ଆଧାରରେ ସହରର କୌଣସି ବି ସ୍ଥାନରେ ଭିକ ମାଗିପାରିବେନି ଲୋକେ । ମାର୍ଚ୍ଚ ୯ ତାରିଖରୁ ଅର୍ଥାତ୍ ଆଜିଠୁ ଏପ୍ରିଲ୍ ମାସ ୩୦ ତାରିଖ ଯାଏଁ ଭିକ ମାଗିବା ଉପରେ କଟକଣା ଲଗାଯାଇଛି । ଯଦି କୌଣସି ଲୋକ ଏହି ନିୟମକୁ ଉଲଂଘନ କରନ୍ତି ତେବେ ତାଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ ପକ୍ଷରୁ ଚେତାଇ ଦିଆଯାଇଛି । ଜି-୨୦ ଶିଖର ସମ୍ମିଳନୀକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଅମିତେଶ କୁମାର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ