ଗିରଫ ହେଲେ ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ବନ୍ଧାହେଲେ ମାଲକାନଗିରି ଜଳଛାୟା ପ୍ରକଳ୍ପର ଅଧିକାରୀ ଶାନ୍ତନୁ ମହାପାତ୍ର । ଭିଜିଲାନ୍ସ ରେଡ ବେଳେ ମିଳିଥିଲା କୋଟି କୋଟି ଟଙ୍କା ଶେଷରେ ଗିରଫ ହେଲେ କୋଟିପତି ସରକାରୀ ବାବୁ । ଶାନ୍ତନୁ ମହାପାତ୍ରଙ୍କ ସମେତ ୪ଜଣଙ୍କୁ ଗିରଫ କଲା ଭିଜିଲାନ୍ସ ଟିମ୍ । ମାଲକାନଗିରି କୃଷି ବିଭାଗର ସହକାରୀ ଯନ୍ତ୍ରୀ ମୋହନ ମଣ୍ଡଳ, ଡାଟା ଏଣ୍ଟ୍ରି ଅପରେଟର ବିଶ୍ୱଜିତ ମଣ୍ଡଳ, ଚୁକ୍ତି ଭିତିକ କର୍ମଚାରୀ ଅମୀୟ କାନ୍ତ ସାହୁ ଏବଂ ଜନସେବା କେନ୍ଦ୍ର କର୍ମଚାରୀ ଅଲେଖ ଚନ୍ଦ୍ର ପ୍ରଧାନ ଗିରଫ । ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକଙ୍କ ଘରୁ କୋଟି କୋଟି ଟଙ୍କା ଜବତ ହେବା ଘଟଣା, ସବୁଠି ଚର୍ଚ୍ଚାର ବିଷୟ ହୋଇଛି ।

ଜଣେ ଅଧିକାରୀ ଏତେ ଟଙ୍କା କେମିତି ଓ କେଉଁଠୁ ଆଣିଲେ, ଘରେ କାହିଁକି ରଖିଥିଲେ ତାହା ଆଲୋଚନାର ବିଷୟ ହୋଇଛି। ଅନ୍ୟପଟେ ତଦନ୍ତ ଜାରି ରଖିଛନ୍ତି ଭିଜିଲାନ୍ସ । ସେପଟେ ସାମ୍ନାକୁ ଆସୁଛି ପ୍ରକଳ୍ପ ନିର୍ଦ୍ଦେଶକଙ୍କ କେଳେଙ୍କାରୀ । ଲେବରଙ୍କ ନାଁରେ କୋଟି କୋଟି ଚଳୁ । ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଦୁର୍ନୀତିର ଚେର ଏତେ ଲମ୍ବିଛି ଯେ, ଯେତେ ଖୋଳିଲେ ସେତେ ବାହାରୁଛି । ତଦନ୍ତ ବେଳେ ଜଣାପଡିଛି ସଂପୃକ୍ତ ଅଧିକାରୀ କର୍ମଚାରୀଙ୍କ ସହ ମିଶି ଆତ୍ମସାତ କରୁଥିଲେ ଟଙ୍କା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’