ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶବ ରଖି ବିକ୍ଷୋଭ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ସଦର ଥାନା କାର୍ଲାସୋଡା ଗାଁରେ ଘଟିଛି ଅଭାବନୀୟ ଘଟଣା । କପଡ଼ା ଶୁଖାଇବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମାଆ ଓ ଝିଅଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ । ମୃତକମାନେ ହେଲେ କାର୍ଲାସୋଡା ଗାଁର ଲଳିତା ନାଏକ୍ ଏବଂ ତାଙ୍କ ଝିଅ ଶୀତଳ ନାଏକ୍। ଲଳିତା ନାଏକ୍ ଘରେ କପଡ଼ା ଶୁଖାଇବା ସମୟରେ ହଠାତ୍ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯାଇଥିଲେ। ମା’ଙ୍କୁ ଗରୁତର ଅବସ୍ଥାରେ ଦେଖି ଝିଅ ଶୀତଳ ନାଏକ୍ ତାଙ୍କୁ ବଞ୍ଚାଇବାକୁ ଯାଇ ସେ ମଧ୍ୟ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ।

ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ଏହି ଘଟଣା ପରେ ପରିବାରବର୍ଗ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଉଭୟ ମା’ ଓ ଝିଅଙ୍କ ମୃତଦେହକୁ ନେଇ ଗ୍ରାମବାସୀମାନେ ସିଧାସଳଖ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଭିତରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଜାରି ରହିଥିବାବେଳେ ପ୍ରଶାସନ ପକ୍ଷରୁ ସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!