Masthead

ହାଥରାସ ବଳାତ୍କାର ମାମଲା : ହିନ୍ଦୁ ରିତିନୀତି ଅନୁସାରେ ଶବ ସଂସ୍କାର ହୋଇନି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହାଥରାସ ବଳାତ୍କାର ମାମଲାକୁ ନେଇ ସାରା ଦେଶ ଅଶାନ୍ତ ହୋଇପଡିଛି । ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଦିଲ୍ଲୀର ଜନ୍ତର ମନ୍ତ୍ରରେ ଅନେକ ସାମାଜିକସଂଗଠନ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିରେ ଆମ୍ ଆଦମୀ ପାର୍ଟି, ଭୀମ ଆର୍ମି ଠାରୁ ବିଭିନ୍ନ ରାଜନୈତିକ ଦଳର ନେତାମାନେ ସାମିଲ୍ ହୋଇଥିଲେ ।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଧ୍ୟ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। କେବଳ କେଜରିୱାଲ୍‌ ନୁହେଁ, ସିପିଆଇଏମ୍‌ ନେତା ସୀତାରାମ ୟେଚୁରୀ, ସିପିଆଇ ନେତା ଡି. ରାଜା, ଭୀମ ଆର୍ମୀ ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କୁ ଏଠାରେ ଦେଖିବାକୁ ମିଳିଥିଲା । କେଜରିୱାଲ କହିଛନ୍ତି “ ଆମେ ଯୋଡ଼ହସ୍ତରେ ଉତ୍ତରପ୍ରଦେଶ ସରକାରଙ୍କୁ ନିବେଦନ କରୁଛୁ ଯେ ଏହି ଘଟଣାରେ ଦୋଷୀକୁ କଠୋର ଦଣ୍ଡମିଳୁ। ଯେତେଶୀଘ୍ର ସମ୍ଭବ ଦୋଷୀଙ୍କୁ ମୃତ୍ୟୁ ଦଣ୍ଡ ଦିଆଯାଉ” ।

କେଜରିୱାଲ୍‌ ଆହୁରି ମଧ୍ୟ କହିଛନ୍ତି ଯେ, ପୀଡ଼ିତାଙ୍କ ପ୍ରତି ଜଘନ୍ୟ କାଣ୍ଡ ହୋଇଛି। କିନ୍ତୁ ଉତ୍ତରପ୍ରଦେଶ ସରକାର କହୁଛନ୍ତି ଦୁଷ୍କର୍ମ ହୋଇନି। ହିନ୍ଦୁ ରିତିନୀତି ଅନୁସାରେ ଶବ ସଂସ୍କାର କରାଯାଇନି ଏଥିରୁ ସ୍ପଷ୍ଟ ଜଣାପଡ଼ୁଛି ଯେ ଘଟଣାକୁ ଲୁଚାଇବା ପାଇଁ ଚେଷ୍ଟା କରାଯାଉଛି। ଏଭଳି ନୃଶଂସତାର ଶିକାର ହୋଇଥିବା ପରିବାର ପାଇଁ ବର୍ତ୍ତମାନ ସହାନୁଭୂତି ଓ ସମର୍ଥନ ଆବଶ୍ୟକତା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା