Masthead

ବିଦ୍ୟାଳୟ ଖୋଲିବା ଦାବୀରେ ଧାରଣା

ବିଦ୍ୟାଳୟ ଖୋଲିବା ଦାବୀରେ ବିଇଓ କାର୍ୟ୍ୟାଳୟ ସମ୍ମୁଖରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଧାରଣା । ଆସିକା ବ୍ଲକ କାଳଷଣ୍ଡପୁର ପଚାଂୟତ ଚିନିଶିଳ୍ପ ନୂଆଗାଁରେ ଗୋଟିଏ ପାଚେରୀ ମଧ୍ୟରେ ଚିନିଶିଳ୍ପ ଉଚ୍ଚ ବିଦ୍ୟାଳୟ, ଚିନିଶିଳ୍ପ ପ୍ରାଥମିକ ବିଦ୍ୟାଳୟ ଓ ଚିନିଶିଳ୍ପ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିଲେ । ଏହାଦ୍ୱାରା ନୂଆଗାଁରେ ଛାତ୍ରଛାତ୍ରୀ ବିଶେଷଭାବେ ଉପକୃତ ହେଉଥିଲେ । କିନ୍ତୁ ଚଳିତ ଶିକ୍ଷାବର୍ଷ ଠାରୁ ଏଠାରୁ ଥିବା ଅନୁଦାନପ୍ରାପ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କେହି ଶିକ୍ଷକ ନଥିବା ଦର୍ଶାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବନ୍ଦ କରିଦିଆଯାଇଛି । ଏବଂ ପଚଂମ ଶ୍ରେଣୀ ଓ ଷଷ୍ଠ ଶ୍ରେଣୀକୁ ପାସ କରିଥିବା ପ୍ରାୟ ୬୦ ଜଣ ଛାତ୍ରଛାତ୍ରୀଙ୍କୁ ତିନି କିଲୋମିଟର ଦୂରରେ ଥିବା ଅନ୍ୟ ଏକ ବିଦ୍ୟାଳୟରେ ନାମ ଲେଖାଇବାକୁ ନିର୍ଦ୍ଧେଶ ଜାରି ହୋଇଛି । ଏହାକୁ କେନ୍ଦ୍ର କରି ଚିନିଶିଳ୍ପ ନୂଆଗାଁର ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ପ୍ରତିବାଦର ସ୍ୱର ଉଠାଇଛନ୍ତି । ଗତକାଲି ସୋମାବାର ଦିନ ଆସିକା ଗୋଷ୍ଠୀ ଶିକ୍ଷାଅଧିକାରୀଙ୍କ କାର୍ୟ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ତୁରନ୍ତ ବନ୍ଦ ବିଦ୍ୟାଳୟକୁ ପୁନଃ କାର୍ୟ୍ୟକ୍ଷମ କରିବା ଏବଂ ଖୋଲିବାକୁ ଦାବୀ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ