Masthead

ନ୍ୟାୟ ପାଇଁ ଗାଈଗୋରୁଙ୍କ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ):  ଜମି ବିବାଦକୁ ନେଇ ପରିବାର ସଦସ୍ୟଙ୍କ ଅଭିନବ ଧାରଣା। ପାଳିତ ଗାଈଗୋରୁ ସହ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଅଭିଯୋଗ ଅନୁସାରେ, ପୁଇଁତଲା ବ୍ଲକ ରାଣୀକଟା ଗାଁର ପଞ୍ଚାନନ କବାଟଙ୍କ ପରିବାର ନିଜ ଜମିରେ ଘର ଓ ଗାଈ ଗୁହାଳ କରି ଦୀର୍ଘ ବର୍ଷ ହେବ ରହି ଆସୁଥିଲେ। ହେଲେ ତାଙ୍କ ଜମି ପାଖରେ କିଛି ସରକାରୀ ଜମି ଥିବାବେଳେ ଯିବା ଆସିବା ପାଇଁ ରାସ୍ତା ରହିଥିଲା।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁ ଲୋକେ ତାଙ୍କ ଗାଈଗୁହାଳ କିଛି ମାସ ହେବ ଭାଙ୍ଗି ଦେଇଛନ୍ତି। ଏପରିକି ସେମାନେ ଯିବା ଆସିବା କରୁଥିବା ରାସ୍ତାକୁ ମଧ୍ୟ ତାରବାଡ ଦେଇଥିବା ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଓ ଜିଲ୍ଲା ପ୍ରଶାସନ ନିକଟରେ ଜଣାଇଥିଲେ ବି କିଛି ସୁଫଳ ମିଳିନାହିଁ ଓ ତେଣୁ ନ୍ୟାୟ ପାଇଁ ଆଜି ନିଜ ଗାଈ ଗୋରୁ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ନ୍ୟାୟ ନମିଳିଲେ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ